ମୁମ୍ବାଇ: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ୬ ଜଣ ମନ୍ତ୍ରୀ ଶପଥ ନେବାର ସପ୍ତାହେ ବିତିସାରିଲାଣି। କିନ୍ତୁ ଏଯାଏ ମନ୍ତ୍ରୀମାନଙ୍କୁ ବିଭାଗ ମିଳିପାରିନାହିଁ। କଂଗ୍ରେସ ଏବଂ ଏନ୍ସିପି ମଧ୍ୟରେ ମନ୍ତ୍ରୀପଦକୁ ନେଇ ରହିଥିବା ଦ୍ୱନ୍ଦ୍ୱାତ୍ମକ ସ୍ଥିତି ଏଥିପାଇଁ ଦାୟୀ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ ଯେ, ଗତ ନଭେମ୍ବର ୨୮ରେ ଠାକ୍ରେ ଙ୍କ ସହ ଏନ୍ସିପିରୁ ଜୟନ୍ତ ପାଟିଲ ଓ ଛଗନ ଭୁଜବଳ, କଂଗ୍ରେସରୁ ବାଲାସାହେବ ଥରୋଟ୍ ଓ ନୀତୀନ ରାଉତ ଏବଂ ଶିବେସେନାରୁ ଏକନାଥ ସିନ୍ଦ ଓ ସୁଭାଷ ଦେଶାଇ ଶପଥ ନେଇଥିଲେ।
ଜଣେ ମନ୍ତ୍ରୀ ଏହି ପ୍ରସଙ୍ଗରେ କହିଛନ୍ତି, “ଯଥା ଶୀଘ୍ର ମନ୍ତ୍ରୀମାନଙ୍କୁ ଦାୟିତ୍ୱ ମିଳିଯିବ ବୋଲି ଆଶା କରୁଛୁ, କିନ୍ତୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ପାଇଁ ସମସ୍ତଙ୍କ ଆଗ୍ରହ କାରଣରୁ ଏଥିରେ ବିଳମ୍ବ ହେଉଥିବା କୁହାଯାଉଛି। ନିର୍ବାଚନ ସରିବାକୁ ଇତିମଧ୍ୟରେ ମାସେ ବିତିଯାଇଥିବାରୁ ଏହି ବିଳମ୍ବ ଶାସନଗତ ସମସ୍ୟା ମଧ୍ୟ ସୃଷ୍ଟି କରୁଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
National
ଦରମା ଥିଲା ୧୩ ହଜାର, କିନ୍ତୁ ଠକି ନେଲା ୨୧ କୋଟି: ଗର୍ଲଫ୍ରେଣ୍ଡକୁ ଦେଇଥିଲା 4BHK ଫ୍ଲାଟ
ପୁଲିସ୍ କହିଛି ଯେ ଏହି ଟଙ୍କାରେ ୧.୨ କୋଟି ବଳରେ ଗୋଟିଏ BMW, ୧.୩ କୋଟି ଟଙ୍କାରେ ଗୋଟିଏ ଏସ୍ୟୁଭି ଓ ୩୨ ଲକ୍ଷ ଟଙ୍କା ବଳରେ ଗୋଟିଏ BMW ବାଇକ କିଣା ଯାଇଥିଲା।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।