Advertisment

ଜଳିଗଲା ବିମାନ, ଥିଲେ ୭୨ ଜଣ

କାଠମାଣ୍ଡୁ: ନେପାଳର ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ବିମାନଟି ଆଖିପିଛୁଳାକେ ହୁତୁହୁତୁ ହୋଇ ଜଳିଯାଇଛି। ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରୁ ଏଯାଏ ୩୨ ଜଣଙ୍କ ମୃତଦେହ ମିଳିଛି। ବାକି ଲୋକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା […]

author-image
Hemant Lenka
ଅଦ୍ୟତନ ହୋଇଛି
ଜଳିଗଲା ବିମାନ, ଥିଲେ ୭୨ ଜଣ

crash

କାଠମାଣ୍ଡୁ: ନେପାଳର ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ବିମାନଟି ଆଖିପିଛୁଳାକେ ହୁତୁହୁତୁ ହୋଇ ଜଳିଯାଇଛି। ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରୁ ଏଯାଏ ୩୨ ଜଣଙ୍କ ମୃତଦେହ ମିଳିଛି। ବାକି ଲୋକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା ଯାଉଥିବା ବେଳେ ଏପରି ଘଟଣା ଘଟିଛି।

Advertisment

ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ୟେତି ଏୟାରଲାଇନ୍ସର ବିମାନଟି କ୍ରାଶ କରି ଯାଇଛି। ପୁରୁଣା ଏୟାରପୋର୍ଟ ଓ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟରେ ଏପରି ଘଟଣା ଘଟିଛି। ବରିଷ୍ଠ ଅଧିକାରୀ ଓ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ କରାଯାଉଛି। ବିମାନରେ ୧୦ ଜଣ ବିଦେଶୀ ନାଗରିକ ଓ ୨ ଜଣ ଶିଶୁଙ୍କ ସମେତ ମୋଟ ୭୨ ଜଣ ଥିଲେ।

Advertisment


ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ୯ଏନ-ଏନସି ଏଟିଆର-୭୨ ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା। ଏହା ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବାର ଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍‌ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି। ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହାଲ ପ୍ରଚଣ୍ଡ ଦୁର୍ଘଟଣା ପରେ ଜରୁରୀ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି।