ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେଲା ‘ବାୟୁ’

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଛି। ଏହାର ନାମକରଣ କରାଯାଇଛି ‘ବାୟୁ’। ଆସନ୍ତା ୪୨ ଘଣ୍ଟା ମଧ୍ୟରେ ଏହା ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୭୨ ଘଣ୍ଟାରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବ। ଆସନ୍ତା ୧୩ ତାରିଖ ସକାଳେ ଏହା ଗୁଜରାଟ ଉପକୂଳ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି। ଏହି ସମୟରେ ପବନର ଘଣ୍ଟାପ୍ରତି ବେଗ ୧୧୦ରୁ ୧୨୦ କିଲୋମିଟର ରହିବ। ଏପରିକି ପବନର ବେଗ ୧୩୫ କିଲୋମିଟର ମଧ୍ୟ ହୋଇପାରେ ବୋଲି ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଲକ୍ଷାଦ୍ୱୀପ, କେରଳ, ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ମଧ୍ୟ ଏହା ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ରୁ ୧୩ ତାରିଖ ପର୍ଯ୍ୟନ୍ତ ଆରବ ସାଗରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।