ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

ଶ୍ରୀନଗର: ଜମ୍ମୁ-କାଶ୍ମୀର ପୁଲୱାମା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଆତଙ୍କବାଦୀଙ୍କ ଗୁଳିମାଡରେ ରାଷ୍ଟ୍ରୀୟ ରାଇଫଲସର ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଶ୍ରୀନଗରର ଆର୍ମି ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଆକ୍ରମଣ ପରେ ସେନା ପକ୍ଷରୁ ପାଲଟା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।  ପୂରା ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରହିଛି।  କେତେଜଣ ଆତଙ୍କବାଦୀ ଅଛନ୍ତି ସେ ସମ୍ପର୍କରେ ସୂଚନା ମିଳିପାରି ନାହିଁ। ସର୍ଚ୍ଚ ଅପରେସନ ବେଳେ ସାଧାରଣ ଲୋକ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ପଥର ମାଡ କରିଛନ୍ତି।