ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ:  ୫ମୃତ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର MI17V5 ହେଲିକପ୍ଟର ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି। ଅରୁଣାଚଳ ପ୍ରଦେଶର ତୱାଙ୍ଗର ଖିର୍‌ମୁ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଚୀନ ସୀମାରୁ ୧୨ କିଲୋମିଟର ଦୂରରେ ଏହି ଦୁର୍ଘଟଣା ଘଟିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ବାୟୁସେନା ପକ୍ଷରୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।