ମିଥ୍ୟା ସତ୍ୟପାଠ ମାମଲାରେ କେଜ୍ରିଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ୨୦୧୩ ବିଧାନସଭା ନିର୍ବାଚନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ କରିବା ଅଭିଯୋଗରେ ଦିଲ୍ଲୀର ଏକ କୋର୍ଟ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୧୦,୦୦୦ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।

୨୦୧୭ ଏପ୍ରିଲ୍ ୭ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।