ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୀରା କୁମାର

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପୂର୍ବତନ ଲୋକସଭା ବାଚସ୍ପତି ମୀରା କୁମାର। ସେ ଲୋକସଭାର ମହାସଚିବଙ୍କ ନିକଟରେ ଚାରି ସେଟ୍ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ନାମାଙ୍କନ ପତ୍ର ଦାଖଲ କଲା ବେଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମେତ ୧୭ଟି ବିପକ୍ଷ ଦଳର ନେତା ଉପସ୍ଥିତ ଥିଲେ।

ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପକ୍ଷରୁ ରାମନାଥ କୋବିନ୍ଦ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି।