ଆଫଗାନିସ୍ତାନ: ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ତାଲିବାନ୍‌, ଜଣେ ମୃତ

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲର କାଲା-ଇ-ଜାମାନ୍‌ ଅଞ୍ଚଳରେ ଆଜି ସେନାକୁ ଟାର୍ଗେଟ କରି ଇମ୍ପ୍ରୋଭାଇଡ୍‌ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌ (ଆଇଇଡି) ମାଧ୍ୟମରେ ତାଲିବାନମାନେ ବିସ୍ଫୋରଣ କରିଛନ୍ତି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଗୁରୁତର ଆହତ ହୋଇଛନ୍ତି।

ଗୁରୁତରମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭିର୍ତ୍ତି କରାଯାଇଥିବା ବେଳେ ଘଟଣାସ୍ଥଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।