ଶ୍ରାଦ୍ଧବାର୍ଷିକୀରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ଆଜି ୬୯ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ, ଉପରାଷ୍ଟ୍ରପତି ହମୀଦ୍‌ ଅନସାରୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟ ଯାଇ ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ରାଜଘାଟରେ  ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ଟ୍ୱିଟ୍‌ କରି  ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

୧୯୪୮ ମସିହାରେ ଆଜିର ଦିନରେ ମହାତ୍ମା ଗାନ୍ଧିଙ୍କୁ ଏକ ପ୍ରାର୍ଥନା ସଭାରେ ହତ୍ୟା କରାଯାଇଥିଲା।