ରମଣ ସିଂହ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ହରିଆନାର ଗୁରୁଗ୍ରାମ୍‌ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ବିଜେପିର ଏହି ବରିଷ୍ଠ ନେତା ଗତ ୨ ଦିନ ହେଲା ଦିଲ୍ଲୀରେ ଥିଲେ। ୨୨ ତାରିଖ ଦିନ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଥିଲେ।