ଆତଙ୍କୀ ହମ୍‌ଲାରେ ୪ ଯବାନ ସହିତ, ୧୫ ଆହତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ବାନ୍ଦିପୋରା ଜିଲ୍ଲାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଶ୍ରୀନଗରର ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆତଙ୍କବାଦୀଙ୍କ ଆକ୍ରମଣ ପରେ ସେନା ପକ୍ଷରୁ ଉକ୍ତ ଅଞ୍ଚଳରେ ଜୋରଦାର ସର୍ଚ୍ଚ ଅପରେସନ୍ ଚାଲିଛି।

ବାନ୍ଦିପୋରାରେ ଜଣଙ୍କ ଘରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ପାଇ ସେନା ଓ ପୋଲିସ୍ ପକ୍ଷରୁ ମିଳିତ ଅପରେସନ୍ ଆରମ୍ଭ କରାଯାଇଥିଲା। କିନ୍ତୁ ଯବାନମାନଙ୍କୁ ଦେଖିବା ମାତ୍ରେ ଆତଙ୍କବାଦୀମାନେ ଅତର୍କିତ ଭାବେ ଗୁଳି ଚଳାଇଥିଲେ। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ୧୫ ଜଣ ଆହତ ହୋଇଥିଲେ। ସେନା ପକ୍ଷରୁ କର୍ଡନ କରି ଆତଙ୍କବାଦୀଙ୍କ ଉପରକୁ ଗୁଳି ଚାଳନା କରାଯାଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା।

ଦୁଇ ଦିନ ତଳେ କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀଙ୍କ ଆକ୍ରମଣରେ ଦୁଇ ଜଣ ଯବାନ ସହିତ ହୋଇଥିଲେ।