Advertisment

ମୋରମ ଖଣିକୁ ଖସିଲା ବସ୍‌; ୧୨ ମୃତ, ୨୦ ଗୁରୁତର

ଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ ତଳ ମୋରମ ଖଣିକୁ ଖସି ପଡ଼ିବାରୁ ୧୨ ଜଣଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି ।

Accident Spot

Accident Spot

Advertisment

ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ବସ୍‌ ୪୦ ଫୁଟ ତଳ ମୋରମ ଖଣିକୁ ଖସି ପଡ଼ିବାରୁ ୧୨ ଜଣଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି ।

Advertisment

ଗତକାଲି ରାତି ପ୍ରାୟ ୮ଟା ୩୦ରେ କୁମ୍ଭାରୀ ଥାନା ଅଧୀନ ଖପରୀ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ଘରୋଇ କମ୍ପାନୀର କର୍ମଚାରୀ ନିଜ ସିଫ୍ଟ ସାରି ବସ୍‌ରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଜଣକ ଭାରସାମ୍ୟ ହରାଇବାରୁ ବସ୍‌ଟି ମୋରମ ଖଣିକୁ ଖସି ପଡ଼ିଥିଲା।

ଖବର ମିଳିବା କ୍ଷଣି ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ପଠାଇଥିଲେ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଜିଲ୍ଲାପାଳ, ଏସପି ପ୍ରମୁଖ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ ।

Advertisment

ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଏହି ଘଟଣା ନେଇ ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କ ଚିକିତ୍ସା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଥିବା କହିଛନ୍ତି । ସେହିପରି ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ବୋଲି ଏକ୍ସରେ ଉଲ୍ଲେଖ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ବୋଲି ସୋଶାଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଲ୍ଲେଖ କରିଛନ୍ତି। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

Chhattisgarh Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe