Advertisment

ଲୋକସଭାରେ ଆଜି ଶପଥ ନେବେ ୧୯ ଓଡ଼ିଆ ସାଂସଦ

ଗତକାଲି ଓଡ଼ିଶାର ଦୁଇ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ଶପଥ ଗ୍ରହଣ କରିଛନ୍ତି। ଆଜି ବାକି ୧୯ ସାଂସଦ ଶପଥ ନେବେ ।

author-image
Niharika Rout
Parliamnet

Parliamnet

ସଂସଦରେ ଆଜି ଶପଥ ନେବେ ୧୯ ଓଡ଼ିଆ ସାଂସଦ । ଗତକାଲି ଓଡ଼ିଶାର ଦୁଇ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ଶପଥ ଗ୍ରହଣ କରିଛନ୍ତି। ଆଜି ବାକି ୧୯ ସାଂସଦ ଶପଥ ନେବେ ।

Advertisment

ଅଷ୍ଟଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ସାଂସଦମାନେ ଶପଥ ନେଉଛନ୍ତି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ କାମ ଚଳା ବାଚସ୍ପତି ରୂପେ ଶପଥ ପାଠ କରାଇଥିଲେ।  ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଥିଲେ। 

 ଭର୍ତ୍ତୃହରି ମହତାବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସାଂସଦମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଗତକାଲି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ । ଅବଶିଷ୍ଟ ସାଂସଦ ଆଜି ଶପଥ ନେବେ। ଆସନ୍ତା କାଲି ହେବ ବାଚସ୍ପତି ନିର୍ବାଚନ। ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Advertisment

 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ନେଇଥିଲେ। ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଥିଲେ।  ତୃତୀୟ ପାଳିରେ ଏନଡିଏ ସରକାର ୩ ଗୁଣା ଅଧିକ ପରିଶ୍ରମ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

ଏହା ସହ ସେ କହିଛନ୍ତି ଯେ, 'ଆମକୁ ସମସ୍ତଙ୍କୁ ସାଥୀରେ ନେଇ ଚାଲିବାକୁ ହେବ। ଦେଶ ଚଳାଇବା ପାଇଁ ସହମତି ନିହାତି ଜରୁରୀ। ଏହା ଆମ ପାଇଁ ଭବ୍ୟ ବିଜୟ। ୩ ଗୁଣା ଅଧିକ ପରିଶ୍ରମ କରିବୁ।'

Delhi New Parliament Building Oath Ceremoney