Advertisment

ଜମ୍ମୁ କଶ୍ମୀରରେ ଏନକାଉଣ୍ଟର; ୩ ଆତଙ୍କବାଦୀ ନିପାତ

ଗତକାଲି ରାତିଠୁ ଚାଲିଥିବା ସର୍ଚ୍ଚ ଅପରେସନରେ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା।

author-image
Debibandita Barick
ଅଦ୍ୟତନ ହୋଇଛି
Representative Image

Representative Image

ଜମ୍ମୁ କଶ୍ମୀର କୁଲଗାମ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ। ଗତକାଲି ରାତିଠୁ ଚାଲିଥିବା ସର୍ଚ୍ଚ ଅପରେସନରେ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ବିଶେଷ ସୂତ୍ରରୁ ଖବର ପାଇ ପୁଲିସ ଓ ସୁରକ୍ଷାକର୍ମୀ ମିଳିତ ଭାବେ ସର୍ଚ୍ଚ ଅପରେସନ ଜାରି ରଖିଥିଲେ।

Advertisment

ସୂଚନା ଅନୁସାରେ, କୁଲଗାମରେ ଲଶ୍କର ଆତଙ୍କୀ ଲୁଚିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ଓ ପୁଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଅପରେସନ ବେଳେ ଆତଙ୍କୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ।

ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ। ଦୀର୍ଘ ସମୟ ଧରି ଉଭୟ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଏଥିରେ ତିନି ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି। 

Advertisment

ପ୍ରକାଶ ଥାଉକି, ନିକଟରେ ଜମ୍ମୁ କଶ୍ମୀରରେ ବାୟୁସେନା କନଭେୟ ଉପରେ ଆତଙ୍କୀ ହମଲା ହୋଇଥିଲା। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସର୍ଚ୍ଚ ଅପରେସନକୁ କଡାକଡି କରାଯାଇଛି। 

Encounter Terrorists Killed Jammu And Kashmir Encounter