Advertisment

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କୀ ସଫା, ସର୍ଚ୍ଚ ଅପରେସନ ଜାରି

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା।

Terrorists Killed

Terrorists Killed

Advertisment

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଭାରତୀୟ ସେନାର ସ୍ପେଶାଲ ଫୋର୍ସ ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଅପରେସନରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଉଧମପୁରରର ବସନ୍ତଗଡ଼-କଠୁଆ ସୀମାରେ ଚାଲିଥିବା ଅପରେସନରେ ଏପରି ସଫଳତା ମିଳିଛି। ଏବେ ବି ସେଠାରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Advertisment

ମିଳିଥିବା ସୂଚନା ଅନୁସାରେ, ବସନ୍ତଗଡ଼-କଠୁଆ ସୀମାନ୍ତରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ଭାରତୀୟ ସେନାର ପାରା ୧ ଟ୍ରୁପର, ୨୨ ଗରୱାଲ ରାଇଫଲ୍ସ ଓ ଜମ୍ମୁ-କଶ୍ମୀରର ପୁଲିସ୍‌ର ଏସଓଜି କମାଣ୍ଡମାନେ ସେଠାରେ ପହଞ୍ଚିଥିଲେ। ସେମାନେ ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ କରୁଥିବା ବେଳେ ଆତଙ୍କବାଦୀମାନେ ଗୁଳି ମାଡ଼ ଆରମ୍ଭ କରି ଦେଇଥିଲେ।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା। ଫଳରେ ଦୁଇ ପକ୍ଷ ମଧ୍ୟରେ ଘମାଘୋଟ ଲଢ଼େଇ ଆରମ୍ଭ ହୋଇଯାଇଥିଲା। ଦୀର୍ଘ ସମୟରେ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ବି ସେଠାରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Advertisment

ଏହି ଗୁଳି ବିନିୟମ ପୂର୍ବରୁ ଜମ୍ମୁର ଅଖନୁର ସେକ୍ଟର ସ୍ଥିତ ଏଲଓସିରେ ପାକିସ୍ତାନ ରେଞ୍ଜର୍ସ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଥିଲେ। ପାକିସ୍ତାନ ରେଞ୍ଜର୍ସଙ୍କ ଗୁଳି ମାଡ଼ରେ ଜଣେ ବିଏସଏଫ ଯବାନ ଆହତ ହୋଇଛନ୍ତି। ଭାରତୀୟ ସେନା ପକ୍ଷରୁ ମଧ୍ୟ ପାକିସ୍ତାନର ଏହି ହରକତର ଦୃଢ଼ ଜବାବ ଦିଆଯାଇଛି।

Terror Attack Jammu Kashmir Terrorist
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe