Advertisment

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଟଳିଲେ ୩ ଆତଙ୍କବାଦୀ

ଆହୁରି ଦୁଇରୁ ତିନି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି।

author-image
Madhupriya Mistry
ଅଦ୍ୟତନ ହୋଇଛି
Encounter

Encounter

ପଣ୍ଡ ହେଲା ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ। ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ। ଜମ୍ମୁ-କଶ୍ମୀରରେ ସୁରକ୍ଷାବାହିନୀଙ୍କୁ ମିଳିଛି ବଡ଼ ସଫଳତା। କୁପଓ୍ୱାଡା ଓ ରଜୌରୀରେ ଦୁଇଟି ଭିନ୍ନ ଭିନ୍ନ ଏନ୍‌କାଉଣ୍ଟରରେ ତିନି ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

Advertisment

ପାକିସ୍ତାନରୁ କିଛି ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ କରୁଥିବା ନେଇ ଭାରତୀୟ ସେନାକୁ ଗୁଇନ୍ଦା ସୂଚନା ମିଳିଥିଲା। ଏହାପରେ ଭାରତୀୟ ସେନା ଓ ଜମ୍ମୁ କଶ୍ମରୀ ପୁଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ସେନା ଉପରକୁ ଆତଙ୍କବାଦୀମାନେ ଗୁଳିମାଡ଼ କରିଥିଲେ। ସେନା ମଧ୍ୟ ଏହାର ପାଲଟ ଜବାବ ଦେଇଥିଲା।

କୁପୱାରାର ମାସିଲରେ ସୁରକ୍ଷାବାହିନୀ ଗୁଳିରେ ଦୁଇ ଆତଙ୍କବାଦୀଙ୍କୁ ନିହତ ହୋଇଥିବାବେଳେ ତଙ୍ଗଧରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ରାଜୌରୀରେ ଏହି ଏନକାଉଣ୍ଟର ଚାଲିଛି। ଏନକାଉଣ୍ଟର ପରେ ଏହି ଅଞ୍ଚଳକୁ କର୍ଡନ କରାଯାଇଛି। ପୂରା ଅଞ୍ଚଳରେ ଆହୁରି ଦୁଇରୁ ତିନି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ତେଣୁ ସର୍ଚ୍ଚ ଅପରେଶନ ଜାରି ରହିଛି।

Advertisment

ତଙ୍ଗଧର ଅଞ୍ଚଳଟି  ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ନିକଟରେ ଅବସ୍ଥିତ। ଏହି ରାସ୍ତା ଦେଇ ସର୍ବଦା ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କରନ୍ତି।

Terrorist Jammu And Kashmir Encounter