Advertisment

ଆସାମରେ ବନ୍ୟା ବିତ୍ପାତ, ୪୬ ମୃତ, ୧୬ ଲକ୍ଷ ଲୋକେ ପ୍ରଭାବିତ

ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

author-image
Madhupriya Mistry
ଅଦ୍ୟତନ ହୋଇଛି
Assam Flood

Assam Flood

ଧିରେ ଧିରେ ବିଗୁଡ଼ିଛି ଆସାମରେ ବନ୍ୟା ସ୍ଥିତି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲ୍ଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। 

Advertisment

ନଗାଁଓ ଜିଲ୍ଲାରେ ସ୍ଥିତି ଜଟିଳ ହୋଇଛି। ଅନେକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ବ୍ରହ୍ମପୁତ ନଦୀର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହୋଇଥିବାରୁ ସ୍ଥିତି ଆହୁରି ବିଗିଡିବା ନେଇ ଆଶଙ୍କା କରାଯାଉଛି।

ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି।

Advertisment

ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଚାରିଆଡେ ପାଣି ପଶିଯାଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି।

Assam Rain Assam Flood