Advertisment

ବ୍ରିଜ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ୬ ମୃତ, ୧୦ ଗୁରୁତର

ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକଙ୍କ ସହାୟତା ପୁଲିସ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତମାନଙ୍କୁ ସ୍ଥାନୀୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Accident

Accident

ଡାଲା ସହିତ ଏକ ଟ୍ରାକ୍ଟର ବ୍ରିଜ୍ ତଳକୁ ଖସି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଶାହଜହାନପୁରର ବୀରସିଂହପୁର ଗାଁରେ ଏହି ଘଟଣା ଘଟିଛି।

Advertisment

ପୁଲିସ୍ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରାକ୍ଟର ଡାଲାରେ ୩୦ରୁ ଅଧିକ ଲୋକ ଥିଲେ। ସେମାନେ ଭାଗବତ ପାରାୟଣ ପାଇଁ ଗରରା ନଦୀକୁ ଜଳ ଆଣିବାକୁ ଯାଇଥିଲେ।  ଗରରା ନଦୀ ଉପରେ ଥିବା ବ୍ରିଜ୍ ଉପରେ ଟ୍ରାକ୍ଟରଟି ଯାଉଥିବା ବେଳେ ହଠାତ୍ ବ୍ରିଜ୍‌ର ବାଡ଼ାକୁ ଧକ୍କା ଦେଇ ତଳକୁ ଖସି ପଡ଼ିଥିଲା। ଫଳରେ ଡାଲାରେ ବସିଥିବା ଲୋକଙ୍କ ମଧ୍ୟରୁ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। 

ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତମାନଙ୍କୁ ସ୍ଥାନୀୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଏହି ଘଟଣାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେବାକୁ ସେ ଘୋଷଣା କରିଛନ୍ତି। ସେହିପରି ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦେବାକୁ ସେ ଘୋଷଣା କରିଛନ୍ତି। ଆହତମାନଙ୍କୁ ଯେପରି ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯିବ, ତାହା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Accident