Advertisment

କପଡ଼ା ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ଗୋଟିଏ ପରିବାରର ୭ ଜଳିଗଲେ

ଏକ ଘରେ ନିଆଁ ଲାଗିବାରୁ ଗୋଟିଏ ପରିବାରର ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା, ୨ ଶିଶୁ ଓ ୨ ପୁରୁଷ ଅଛନ୍ତି।

Fire

Fire

Advertisment

ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜିନଗରରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ଘରେ ନିଆଁ ଲାଗିବାରୁ ଗୋଟିଏ ପରିବାରର ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା, ୨ ଶିଶୁ ଓ ୨ ପୁରୁଷ ଅଛନ୍ତି।

Advertisment

ଶମ୍ଭାଜିନଗରରେ ଥିବା ଏକ ତିନି ମହଲା ବିଲ୍ଡିଂରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ବିଲ୍ଡିଂର ତଳ ମହଲାରେ ଥିବା କପଡ଼ା ଗୋଦାମରେ ହଠାତ୍‌ ନିଆଁ ଲାଗି ଯାଇଥିବା ବେଳେ ତାହା ଆଖି ପିଛୁଳାକେ ଉପରକୁ ବ୍ୟାପି ଯାଇଥିଲା।

ଫଳରେ ଉପରେ ରହୁଥିବା ପରିବାର ତଳକୁ ଓହ୍ଲାଇ ନ ପାରି ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ। ତୁରନ୍ତ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହାପରେ ମୃତଦେହଗୁଡ଼ିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisment
Mumbai Fire Breakout
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe