Advertisment

ସମୂହ ଛୁଟିରେ ଗଲେ ଏୟାର ଇଣ୍ଡିଆର ୩ଶହ କର୍ମଚାରୀ, ୭୮ ବିମାନର ଉଡ଼ାଣ ବାତିଲ

ସମୂହ ଛୁଟିରେ ଗଲେ ଏୟାର ଇଣ୍ଡିଆର ୩ଶହ କର୍ମଚାରୀ। ଅସୁସ୍ଥତା ଦର୍ଶାଇ ଏକ ସଙ୍ଗେ ସମସ୍ତ କର୍ମଚାରୀ ସମୂହ ଛୁଟିରେ ଚାଲି ଯାଇଛନ୍ତି।

author-image
Niharika Rout
Air India

Air India

ସମୂହ ଛୁଟିରେ ଗଲେ ଏୟାର ଇଣ୍ଡିଆର ୩ଶହ କର୍ମଚାରୀ। ଅସୁସ୍ଥତା ଦର୍ଶାଇ ଏକ ସଙ୍ଗେ ସମସ୍ତ କର୍ମଚାରୀ ସମୂହ ଛୁଟିରେ ଚାଲି ଯାଇଛନ୍ତି। ଫଳରେ ଗତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ୭୮ରୁ ଅଧିକ ଘରୋଇ ଓ ଅନ୍ତର୍ଜାତୀୟ ଉଡ଼ାଣକୁ ବାତିଲ୍ କରି ସାରିଲାଣି।

Advertisment

ଗତକାଲି ହଠାତ୍‌ କର୍ମଚାରୀମାନେ ଅସୁସ୍ଥତା ଦର୍ଶାଇ ଛୁଟି ପାଇଁ ଆବେଦନ କରିଥିଲେ। ଏହାପରେ ସମସ୍ତଙ୍କ ମୋବାଇଲ ସୁଇଚ ଅଫ୍‌ ହୋଇ ଯାଇଛି। ସେମାନଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯିବା ସତ୍ତ୍ୱେ ତାହା ସମ୍ଭବ ହୋଇ ପାରୁନି ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି।

ଏନେଇ ଏୟାର ଇଣ୍ଡିଆ ପ୍ରବକ୍ତା କହିଛନ୍ତି, ଆମର ଶତାଧିକ କ୍ୟାବିନ କ୍ର୍ୟୁ ମେମ୍ବର ଏକସଙ୍ଗେ ଅସୁସ୍ଥ ହୋଇ ଯାଇଛନ୍ତି। ଫଳରେ ଅନିଚ୍ଛା ସତ୍ତ୍ୱେ ଆମକୁ ବହୁ ଫ୍ଲାଇଟକୁ ବାତିଲ କରିବା ସହ ବହୁ ଫ୍ଲାଇଟ୍‌କୁ ବିଳମ୍ବରେ ଛାଡ଼ିବାକୁ ପଡ଼ୁଛି। ଏଥିଯୋଗୁ ଆମ ଯାତ୍ରୀମାନେ ବହୁ ହଇରାଣର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଆମ ଟିମ୍‌ ନିରନ୍ତର ରୂପେ କାମ ଚାଲୁ ରଖିଛି। ଏହାସତ୍ତ୍ୱେ ଯାତ୍ରୀଙ୍କ ଅସୁବିଧାକୁ ଦୂର କରିବାକୁ ଯଥାସମ୍ଭବ ଆମେ ଚେଷ୍ଟାରତ ଥିବା ବେଳେ ଏଥିନିମନ୍ତେ ସେମାନଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରୁଛୁ।

Advertisment

ଏଥିସହ ଉଡ଼ାଣ ବାତିଲ ହୋଇଥିବା ଫ୍ଲାଇଟର ଯାତ୍ରୀମାନଙ୍କୁ ସେମାନଙ୍କ ଟଙ୍କା ସମ୍ପୂର୍ଣ୍ଣ ରୂପେ ଫେରାଯିବ । ନଚେତ ସେମାନେ ଚାହିଁଲେ ତାହାକୁ ଅନ୍ୟ ତାରିଖକୁ ଘୁଞ୍ଚାଇ ଦିଆଯିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି।

ଗତ ମାସରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ କ୍ୟାବିନ କ୍ରୁ୍ୟ ମେମ୍ବରଙ୍କ ଏକ ଟିମ୍‌ ଅଭିଯୋଗ କରିଥିଲେ କି ମ୍ୟାନେଜମେଣ୍ଟ ଠିକ୍‌ ଭାବେ କାମ କରୁନି। କର୍ମଚାରୀଙ୍କ ସହ ସମାନ ବ୍ୟବହାର ପ୍ରଦର୍ଶନ କରାଯାଉନି। ପରିଚାଳନାଗତ ତ୍ରୁଟି ହେତୁ କ୍ର୍ୟୁ ମେମ୍ବର ଶକ୍ତ ମାନସିକ ଆଘାତ ପାଉଥିବାରୁ ଏପରି ଚରମ ପଦକ୍ଷେପ ନେଇଥିବା ଆଲୋଚନା ହେଉଛି।

Air India Air India Flight