Advertisment

ଗଛରେ ପିଟି ହେଲା କାର୍; ଚାଲିଗଲା ୩ ଯୁବତୀଙ୍କ ସମେତ ୬ ଜୀବନ

ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଯୁବତୀ ଓ ୩ ଯୁବକ ଅଛନ୍ତି।

author-image
Niharika Rout
ଅଦ୍ୟତନ ହୋଇଛି
Accident

Accident

ଉତ୍ତରାଖଣ୍ଡ ରାଜଧାନୀ ଡେରାଡୁନରେ ଗତକାଲି ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଯୁବତୀ ଓ ୩ ଯୁବକ ଅଛନ୍ତି। ସମସ୍ତଙ୍କ ଘର ଡେରାଡୁନ ଆଖପାଖ ଅଞ୍ଚଳରେ ହୋଇଥିବା ବେଳେ ସେମାନଙ୍କ ବୟସ ୨୫ ବର୍ଷରୁ କମ୍‌ ବୋଲି ଜଣାଯାଇଛି। ଏହି ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି।

Advertisment

ଗତକାଲି ରାତିରେ ୭ ଯୁବକଯୁବତୀ ଏକ କାର୍‌ରେ ଡେରାଡୁନ ସହ ବୁଲି ବାହାରିଥିଲେ। ଗାଡ଼ିଟି ଦ୍ରୁତ ଗତିରେ ଥିବା ବେଳେ ଡେରାଡୁନର ଓଏନ୍‌ଜିସି ଛକରେ ଗାଡ଼ିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୬ ଜଣଙ୍କ ମୃତ୍ୟୁ ହୋଇଥିଲା।

ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କାର୍‌ରୁ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।

Advertisment

ଖବର ପାଇ ପୁଲିସ୍‌ ପହଞ୍ଚି ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Accident Uttarakhand