Advertisment

ପୁଣି ବିଗିଡ଼ିଲା ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advani

Advani

Advertisment

ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟରାନ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣିଥରେ ବିଗିଡ଼ିଛି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ ସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯିବା ପରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ଆରମ୍ଭ କରିଛନ୍ତି। 

Advertisment

ହସ୍ପିଟାଲର ଡାକ୍ତର ବିନୀତ ସୁରୀ କହିଛନ୍ତି, ବର୍ତ୍ତମାନ ଆଡଭାନୀଙ୍କୁ ଅବଜରଭେସନରେ ରଖାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। 

ଏହାପୂର୍ବରୁ ରବିବାର ରାତିରେ ମଧ୍ୟ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଥିଲା। ଏଥିପାଇଁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହୋଇଥିଲେ। ତେବେ ଦିନକ ପରେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ୯୬ ବର୍ଷୀୟ ଆଡଭାନୀ ବେଶ କିଛି ଦିନ ହେବ ବୟସାଧିକ କାରଣରୁ ଅସୁସ୍ଥ ରହୁଛନ୍ତି। 

Advertisment
Lal Krishnaadvani LK Advani
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe