କ୍ରାଶ୍ ହେଲା ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ। ରାଜସ୍ଥାନ ଜୈସଲମେରର ଜବାହର ନଗର ନିକଟରେ ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯୁଦ୍ଧାଭ୍ୟାସ୍ରେ ସାମିଲ ହେବାକୁ ଯାଉଥିବା ବେଳେ ବୟଜ୍ ହଷ୍ଟେଲ ନିକଟରେ ଏହି ଯୁଦ୍ଧ ବିମାନଟି କ୍ରାଶ୍ ହୋଇ ଖସି ପଡିଛି। ୨୩ ବର୍ଷ ଭିତର ପ୍ରଥମ ଥର ପାଇଁ ଭାରତୀୟ ସେନାର ସେବା ଯୋଗାଇ ଆସୁଥିବା ଲଢ଼ୁଆ ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି।
ମିଳିଥିବା ସୂଚନା ମୁତାବକ, ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ସିଧା ମେଘବାଲ ହଷ୍ଟେଲ ପାଖରେ ପଡିଥିଲା। ଏହାପରେ ଏଥିରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଫଳରେ ଆଖପାଖ ଅଞ୍ଚଳରେ ବ୍ୟାପକ ଧୂଆଁ ବ୍ୟାପୀ ଯାଇଥିଲା। ସେହିପରି ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ମଧ୍ୟ ହୋଇପଡିଥିଲେ। ତେବେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍। ସଠିକ୍ ସମୟରେ ପାଇଲଟ ଜଣକ ପ୍ଲେନରୁ ଡେଇଁ ପଡିବା କାରଣରୁ ତାଙ୍କ ଜୀବନ ବଞ୍ଚିଯାଇଛି।
ଦୁର୍ଘଟଣାଗ୍ରସ୍ତ ହେଇଥିବା ଭାରତୀୟ ସେନାର ଏହି ଏୟାରକ୍ରାଫ୍ଟ ଲାଇଟ୍ କମ୍ବାକ୍ଟ ଏୟାରକ୍ରାଫ୍ଟ ତେଜସ୍ ଥିଲା। ଦୁର୍ଘଟଣା ସମୟରେ ଏହା ଅପରେସନାଲ ଟ୍ରେନିଂରେ ରହିଥିଲା। ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ହେଲା। ତା'ର କାରଣ ଜାଣିବା ଲାଗି କୋର୍ଟ ଅଫ୍ ଇନ୍କ୍ୱାୟରୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
#WATCH | Rajasthan | A Light Combat Aircraft (LCA) Tejas of the Indian Air Force crashed near Jaisalmer today during an operational training sortie. The pilot ejected safely. A Court of Inquiry has been ordered to ascertain the cause of the accident. pic.twitter.com/3JZf15Q8eZ
— ANI (@ANI) March 12, 2024
🚨 Indian Air Force's Tejas LCA crashed near Jaisalmer today during an operational training sortie. The pilot ejected safely. pic.twitter.com/melxS6a2Sc
— Indian Tech & Infra (@IndianTechGuide) March 12, 2024
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।