Advertisment

ଜାନୁଆରୀ ୨୨ରେ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ଗତକାଲି ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ରାଜ୍ୟରେ ସମସ୍ତ ସରକାରୀ ଅଫିସ୍ ଓ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା।

Ram Temple

Ram Temple

Advertisment

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ସେହିଦିନ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହାକୁ ନେଇ ଲୋକେ ଉତ୍ସାହିତ ଥିବା ବେଳେ ସେହିଦିନ କେନ୍ଦ୍ର ସରକାର ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି। ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ।

Advertisment

ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲି ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଓଡ଼ିଶାରେ ସମସ୍ତ ସରକାରୀ ଅଫିସ୍ ଓ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ଜାନୁଆରୀ ୨୨ରେ ମଧ୍ୟରେ ରାଜ୍ୟରେ ଛୁଟି ଘୋଷଣା କରିବାକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖି ଦାବି ଜଣାଇଥିଲେ। ତେବେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କିଛି ପ୍ରତିକ୍ରିୟା ଦିଆଯାଇନାହିଁ।

Advertisment
Ayodhya Ram Mandir Ram Mandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe