Advertisment

ଜେଲ ଗଲେ ଅଲ୍ଲୁ ଅର୍ଜୁନ

ଆଜି ସକାଳେ ଅଲ୍ଲୁ ଅର୍ଜୁନଙ୍କୁ ତାଙ୍କ ହାଇଦ୍ରାବାଦ ସ୍ଥିତ ଘରୁ ଗିରଫ କରିଥିଲା ପୁଲିସ।

ଅଦ୍ୟତନ ହୋଇଛି
Allu Arjun

Allu Arjun

Advertisment

ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ଏକ ସିନେମା ହଲ୍‌ରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ମାମଲାରେ ଜେଲ୍ ଗଲେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି ନାମପଲ୍ଲୀ କୋର୍ଟ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ଅଲ୍ଲୁଙ୍କୁ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲ୍‌କୁ ପଠାଇ ଦିଆଯାଇଛି। ଜେଲ୍‌ରେ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। 

Advertisment

ଆଜି ସକାଳେ ଅଲ୍ଲୁ ଅର୍ଜୁନଙ୍କୁ ତାଙ୍କ ହାଇଦ୍ରାବାଦ ସ୍ଥିତ ଘରୁ ଗିରଫ କରିଥିଲା ପୁଲିସ। ସେଠାରୁ ତାଙ୍କୁ ଥାନାକୁ ନିଆଯାଇଥିଲା। ପରେ ଡାକ୍ତରଖାନାରେ ସ୍ୱାସ୍ଥ୍ୟ ଯାଞ୍ଚ ପରେ ତାଙ୍କୁ ନାମପଲ୍ଲୀ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ଜେଲ୍‌କୁ ପଠାଇ ଦେଇଛନ୍ତି। ଅନ୍ୟପକ୍ଷରେ ଅଲ୍ଲୁଙ୍କ ପକ୍ଷରୁ ତେଲଙ୍ଗାନା ହାଇକୋର୍ଟରେ ପିଟିସନ ଦାୟର କରାଯାଇଛି। ଏହି ମାମଲାରେ ଜରୁରୀ ଶୁଣାଣି ପାଇଁ ସେଥିରେ ଆବେଦନ କରାଯାଇଛି। 

ଡିସେମ୍ବର ୪ ତାରିଖରେ ପୁଷ୍ପା-୨ର ସ୍କ୍ରିନିଂ ପାଇଁ ସନ୍ଧ୍ୟା ଥିଏଟରକୁ ଅଲ୍ଲୁ ଅର୍ଜୁନ ଆସୁଥିବା ନେଇ ତେଲଙ୍ଗାନା ପୁଲିସକୁ ଅବଗତ କରାଯାଇ ନଥିଲା ବୋଲି ଅଭିଯୋଗ ହୋଇଛି। କିନ୍ତୁ ଥିଏଟର କର୍ତ୍ତୃପକ୍ଷ ଅଲ୍ଲୁ ଅର୍ଜୁନ ଆସୁଥିବା କଥା ଜାଣିଥିଲେ। ଯଦି ପୁଲିସ ଜାଣିଥା’ନ୍ତା,ତା’ହେଲେ ଅଲ୍ଲୁ ଅର୍ଜୁନ ଆସିବା ପୂର୍ବରୁ ଅଧିକ ଫୋର୍ସ ମୁତୟନ କରିବା ସହିତ ସୁରକ୍ଷା ବ୍ୟବସ୍ଥାକୁ ଉତ୍ତମ କରିପାରିଥା’ନ୍ତା। ସେହିଭଳି ଦର୍ଶକଙ୍କ ପାଇଁ ପୃଥକ ପୃଥକ ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରର ବ୍ୟବସ୍ଥା ନଥିଲା। ଯେହେତୁ ବହୁ ସଂଖ୍ୟାରେ ଲୋକ ଥିଏଟରରେ ପହଞ୍ଚିଥିଲେ ଓ ସେହି ତୁଳନାରେ ସୁରକ୍ଷା ବ୍ୟବସ୍ଥା ହୋଇ ନଥିଲା,ତେଣୁ ଦଳା ଚକଟା ହୋଇଥିଲା। 

Advertisment

ଅଲ୍ଲୁ ଅର୍ଜୁନଙ୍କୁ ଦେଖିବା ପାଇଁ ସନ୍ଧ୍ୟା ଥିଏଟରରେ ଲୋକଙ୍କ ଭିଡ଼ ଜମି ଥିଲା। ପ୍ରବଳ ଭିଡ଼ ଯୋଗୁ ଦଳଚକଟାରେ ପଡ଼ି ଜଣେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇଯାଇଥିଲେ ଓ ତାଙ୍କ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ମୃତ ମହିଳାଙ୍କ ପରିବାର ଲୋକେ ଡିସେମ୍ବର ୫ ତାରିଖରେ ଅଲ୍ଲୁ ଅର୍ଜୁନ, ତାଙ୍କ ସୁରକ୍ଷା କର୍ମଚାରୀ ଓ ଥିଏଟର କର୍ତ୍ତୃପକ୍ଷଙ୍କ ବିରୋଧରେ ଥାନାରେ ଏତଲା ଦେଇଥିଲେ। ପୁଲିସ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ କରି ଆଜି ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି। 

Allu Arjun
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe