Advertisment

ଭୂକମ୍ପରେ ‌ଥରିଲା ଅରୁଣାଚଳ ପ୍ରଦେଶ

ରିକ୍ଟର ସ୍କେଲର ଏହା ତୀବ୍ରତା ୩.୮ ରେକର୍ଡ଼ କରାଯାଇଛି।

undefined

earthquake

Advertisment

ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲର ଏହା ତୀବ୍ରତା ୩.୮ ରେକର୍ଡ଼ କରାଯାଇଥିବା ସୂଚନା ମିଳିଛି। ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୁହାଯାଇଛି ଯେ, ରବିବାର ଦିନ ୧୨.୧୨ ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୁଟାନ ସୀମା ନିକଟ ପଶ୍ଚିମ କାମେଙ୍ଗର ୧୦କିଲୋମିଟର ଗଭୀରରେ ଥିବେ ଆକଳନ କରାଯାଇଛି। ଉତ୍ତର ଆସାମ ଏବଂ ଭୁଟାନର ପୂର୍ବ ଭାଗରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ତେବେ ଏଥିରେ ମୃତାହତ ନେଇ ସୂଚନା ମିଳି ନାହିଁ। ଗତ କିଛି ଦିନ ହେବ ଭାରତର ବିଭିନ୍ନ ରାଜ୍ୟରେ ଭୂକମ୍ପ ହେଉଥିବାର ଖବର ମିଳିଛି।

Advertisment

ତୁର୍କୀ ଓ ସିରିଆରେ ହୋଇଥିବା ବଡ଼ ଧରଣର ଭୂକମ୍ପ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି। ଭୂକମ୍ପ ଯୋଗୁଁ ତୁର୍କୀ ଏବଂ ସିରିୟାରେ ୪୬ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଗତ ୬ ତାରିଖ ଦିନ ଦୁଇଟି ଶକ୍ତିଶାଳୀ ଭୂକମ୍ପରେ ଥରିଥିଲା ତୁର୍କୀ । ନୁରଦଗୀର ପୂର୍ବରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ସେଣ୍ଟ୍ରାଲ ତୁର୍କୀରେ ମଧ୍ୟ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା ।

ନୁରଦଗୀର ୨୩ କିଲୋମିଟର ପୂର୍ବରେ ଏକ ଭୂକମ୍ପ ହୋଇଥିବା ବେଳେ ସେଣ୍ଟ୍ରାଲ ତୁର୍କୀରେ ମଧ୍ୟ ଭୂକମ୍ପ ହୋଇଛି । ନୁରଦଗୀରେ ଭୂକମ୍ପର ତୀବ୍ରତା ୭.୮ ରେକର୍ଡ କରାଯାଇଥିବା ବେଳେ ସେଣ୍ଟ୍ରାଲ ତୁର୍କୀରେ ୬.୭ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ରବିବାର ପୁଣି ସିରିଆରେ ଭୂକମ୍ପ ହୋଇଥିଲା। ଏହାର ତୀବ୍ରତା ୪.୭ ରେକର୍ଡ କରାଯାଇଥିଲା।

Advertisment
India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe