Advertisment

ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ।

ଅଦ୍ୟତନ ହୋଇଛି
Arvind Kejriwal

Arvind Kejriwal

Advertisment

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ୱସ୍ତି। ଆଜି ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। 

Advertisment

ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରି କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ଏଥିସହ ଇଡି ଗିରଫଦାରୀକୁ ବିରୋଧ କରି କେଜ୍ରିୱାଲ କରିଥିବା ଆବେଦନକୁ ବୃହତ୍ତ ଖଣ୍ଡପୀଠକୁ ପଠାଇଛନ୍ତି। 

ପ୍ରକାଶ ଥାଉକି, ଏହି ମାମଲାରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଜାମିନ ଦେଇଥିଲା। କିନ୍ତୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲା। ଦିଲ୍ଲୀ ହାଇକୋର୍ଟ ଏହି ମାମଲା ଉପରେ ବିଚାର କରି କେଜ୍ରିୱାଲଙ୍କ ଜାମିନକୁ ସ୍ଥଗିତ ରଖିଥିଲେ।

Advertisment

ଏହାପରେ ସେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ଆଜି ସୁପ୍ରିମକୋର୍ଟ ମାମଲାର ଶୁଣାଣି କରି କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି।

ସେପଟେ ଏହି ମାମଲାରେ ସିବିଆଇ ମଧ୍ୟ କେଜ୍ରିୱାଲଙ୍କୁ ଗିରଫ କରିଛି। ତିହାର ଜେଲରୁ କେଜ୍ରିୱାଲଙ୍କୁ ଗିରଫ କରିବା ପରେ ଜୁଲାଇ ୧୨ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ନେଇଥିଲା ସିବିଆଇ। ତେଣୁ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଥିଲେ ମଧ୍ୟ ସେ ଜେଲରେ ରହିବେ।

Arvind Kejriwal Supreme Court Ed Enforcement Directorate Delhi Liquor Policy Scam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe