ଆଜି ଦିଲ୍ଲୀକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ। ଶପଥ ନେବେ ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତ୍ରୀ ଆତିଶୀ ମର୍ଲେନ। ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଇସ୍ତଫା ପରେ ଆତିଶୀଙ୍କୁ ନୂଆ ସରକାର ଗଠନ କରିବାକୁ ରାଷ୍ଟ୍ରପତି ମଞ୍ଜୁରୀ ଦେଇଛନ୍ତି। ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ।
ରାଜଭବନରେ ଆତିଶୀଙ୍କ ସହ ୫ ନୂଆ କ୍ୟାବିନେଟ୍ ମନ୍ତ୍ରୀ ମଧ୍ୟ ଶପଥ ନେବେ। ଗୋପାଳ ରୟ, ସୌରଭ ଭରଦ୍ୱାଜ, କୈଳାଶ ଗେହଲଟ, ଇମ୍ରାନ ହୁସେନ ଓ ମୁକେଶ ଅହଲାବତ ମନ୍ତ୍ରୀ ଭାବେ ଶପଥ ନେବେ।
Also Read
ଅରବିନ୍ଦ କେଜ୍ରିୱାଲ ମଙ୍ଗଳବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀ ଦ୍ୱାରା ସରକାର ଗଠନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଥିଲା। ଏହାକୁ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ କରିଥିଲେ।
ଅରବିନ୍ଦ କେଜ୍ରିଓ୍ୱାଲ ଜାମିନରେ ବାହାରକୁ ଆସିବା ପରେ ଚଳିତ ସପ୍ତାହର ଆରମ୍ଭରେ ଆପ୍ ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ସର୍ବସମ୍ମତି କ୍ରମେ ଆତିଶୀଙ୍କୁ ବିଧାୟକ ଦଳ ନେତା ଚୟନ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।