Advertisment

ବିଏସ ୟେଦ୍ଦୁରପ୍ପାଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି

କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ୟେଦୁରପ୍ପାଙ୍କ ବିରୁଦ୍ଧରେ ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।

ଅଦ୍ୟତନ ହୋଇଛି
BS Yediyurappa

BS Yediyurappa

Advertisment

କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବିଏସ ୟେଦୁରପ୍ପାଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି। ଆଜି ବେଙ୍ଗାଲୁରୁର ଏକ କୋର୍ଟ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପୋକ୍ସୋ ନିୟମ ଅଧୀନରେ ରୁଜୁ ହୋଇଥିବା ଏକ ମାମଲା ଉପରେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି କୋର୍ଟ।

Advertisment

ସୂଚନା ଅନୁସାରେ, ଜଣେ ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ୟେଦୁରପ୍ପାଙ୍କ ବିରୋଧରେ ପୋକ୍ସୋ ଆକ୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଗତକାଲି ସିଆଇଡି ତାଙ୍କୁ ନୋଟିସ୍‌ ଜାରି କରି ପଚରାଉଚରା ପାଇଁ ଡକାଇଥିଲା। କିନ୍ତୁ ହାଜର ହୋଇପାରିବେ ନାହିଁ ବୋଲି କହିଥିଲେ।

ୟେଦୁରପ୍ପା ତାଙ୍କ ଓକିଲଙ୍କ ଜରିଆରେ କହିଥିଲେ ଯେ, ବର୍ତ୍ତମାନ ସେ ଦିଲ୍ଲୀରେ ଅଛନ୍ତି, ତେଣୁ ତାଙ୍କୁ ଗୋଟିଏ ସପ୍ତାହ ସମୟ ଦିଆଯାଉ। କିନ୍ତୁ ବେଙ୍ଗାଲୁରୁର ଏକ କୋର୍ଟ ଏହି ମାମଲାରେ ତାଙ୍କ ବିରୁଦ୍ଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି। 

Advertisment

ପ୍ରକାଶ ଥାଉକି, ଚଳିତ ବର୍ଷ ମାର୍ଚ୍ଚ ୧୪ରେ ଉକ୍ତ ନାବାଳିକାଙ୍କ ମାଆ ସଦାଶିବନଗର ପୁଲିସ ଷ୍ଟେସନରେ ୟେଦୁରପ୍ପାଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ। ଏକ ଠକେଇ ମାମଲାରେ ସେ ବରିଷ୍ଠ ବିଜେପି ନେତା ୟେଦୁରପ୍ପାଙ୍କ ଘରକୁ ସହାୟତା ପାଇଁ ଯାଇଥିବା ବେଳେ ସେ ତାଙ୍କ ଝିଅକୁ ଅସଦାଚରଣ କରିଥିବା ମହିଳା ଜଣକ ଅଭିଯୋଗ କରିଥିଲେ। 

Karnataka Ex Chief Minister BS Yediyurappa
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe