Advertisment

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି।

ଅଦ୍ୟତନ ହୋଇଛି
Bhartruhari Mahtab Takes Oath

Bhartruhari Mahtab Takes Oath

Advertisment

ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ। କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି।

Advertisment

ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଛନ୍ତି। ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଅବଶିଷ୍ଟ ସାଂସଦ ଆସନ୍ତାକାଲି ଶପଥ ନେବେ। ପରେ ୨୬ ତାରିଖରେ ହେବ ବାଚସ୍ପତି ନିର୍ବାଚନ।

ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ମହତାବ। ଗତ ସାଧାରଣ ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ଟିକେଟରେ ଲୋକସଭାକୁ  ବିଜୟୀ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।

Advertisment

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପୁଅ ଭର୍ତ୍ତୁହରି ୧୯୯୮ରୁ ସମ୍ମାନଜନକ କଟକ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ୱ କରିଆସୁଛନ୍ତି।୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଲୋକ ସଭାରେ ସେ ବିଜେଡିର ଫ୍ଲୋର ନେତା ରହିଥିଲେ। ୧୯୯୮ରୁ ୧୯୯୯, ୨୦୦୪, ୨୦୦୯, ୨୦୧୪, ୨୦୧୯ ପର୍ଯ୍ୟନ୍ତ ସେ ୬ଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି।

Loksabha Session Bhartruhari Mahtab Takes Oath Pro-Tem Speaker Of Lok Sabha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe