Advertisment

ମୋଦିଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା ବିବେକ ଦେବରାୟଙ୍କ ଦେହାନ୍ତ

ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।

ଅଦ୍ୟତନ ହୋଇଛି
Bibek Debroy

Bibek Debroy

Advertisment

ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କ  ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ସେ ଆଖି ବୁଜିଛନ୍ତି।  ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି ।

Advertisment

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଇଥିବା ବିବେକ ଦେବରାୟ ପୁଣେର ଗୋଖଲେ ରାଜନୀତି ଏବଂ ଅର୍ଥନୀତି ସଂସ୍ଥାନରେ କୁଳାଧିପତି ଭାବେ କାର୍ଯ୍ୟ କରିଥିଲେ । ୨୦୧୯ ମସିହା ଜୁନ୍ ୫ ତାରିଖ ପର୍ଯ୍ୟନ୍ତ ସେ ନୀତି ଆୟୋଗର ସଦସ୍ୟ ଥିଲେ । ନିଜ ଜୀବନକାଳ ଭିତରେ ସେ ଅନେକ ପୁସ୍ତକ ଲେଖିବା ସହ କିଛି ପୁସ୍ତକର ସମ୍ପାଦନା ମଧ୍ୟ କରିଛନ୍ତି । ଦେଶର ଆର୍ଥିକ ବ୍ୟବସ୍ଥାବୁ ସୁଦୃଢ କରିବା ନିମନ୍ତେ ତାଙ୍କର ଉଲ୍ଲେଖନୀୟ ଯୋଗଦାନ ସବୁବେଳେ ସ୍ମରଣୀୟ ହୋଇ ରହିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିବେକ ଦେବରାୟଙ୍କ ବିୟୋଗରେ ଶୋକପ୍ରକାଶ କରିବା ସହ ଲେଖିଛନ୍ତି ଯେ, ମୁଁ ଡକ୍ଟର ଦେବରାୟଙ୍କୁ ବହୁତ ବର୍ଷରୁ ଜାଣିଛି । ମୁଁ ତାଙ୍କ ଅନ୍ତଃଦୃଷ୍ଟି ଏବଂ ଏକାଡେମିକ ଚର୍ଚ୍ଚାକୁ ସବୁବେଳେ ମନେରଖିବି । ତାଙ୍କ ବିୟୋଗରେ ମୁଁ ଦୁଃଖିତ । ତାଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି ।

Advertisment

ଏଥିସହ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ଡା.ବିବେକ ଦେବରାୟ ଜଣେ ମହାନ ବିଦ୍ୱାନ ଥିଲେ। ଅର୍ଥଶାସ୍ତ୍ର ସମେତ ରାଜନୀତି, ସଂସ୍କୃତି ତଥା ଦେଶବିଦେଶର ଇତିହାସ ସମ୍ପର୍କରେ ତାଙ୍କର ଗଭୀର ଜ୍ଞାନ ଥିଲା। ନିଜ କର୍ମମୟ ଜୀବନ ମଧ୍ୟରେ ବି ସେ ପ୍ରାଚୀନ ଗ୍ରନ୍ଥ ପ୍ରତି ଯୁବବର୍ବଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା ଜାରି ରଖିଥିଲେ।

କଂଗ୍ରେସର ପୁରୁଖା ନେତା ଜୟରାମ ରମେଶ ମଧ୍ୟ ଡା. ଦେବରାୟଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିବା ସହ ସେ ଜଣେ ମହାନୁଭବୀ ବିଦ୍ୱାନ ଓ ଅର୍ଥଶାସ୍ତ୍ରୀ ଥିଲେ ବୋଲି ଉଲ୍ଲେଖ କରିଛନ୍ତି। ସେ ଅର୍ଥଶାସ୍ତ୍ରର ଜଟିଳ ପାଠକୁ ମଧ୍ୟ ବହୁ ସହଜ ଭାଷାରେ ସଧାରଣ ଲୋକଙ୍କୁ ବୁଝାଇ ପାରୁଥିଲେ ବୋଲି କହିଛନ୍ତି ଜୟରାମ ରମେଶ । 

PM Modi Delhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe