Advertisment

ଦିଲ୍ଲୀ ଦଖଲ କସରତ୍‌: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।

BJP

BJP

Advertisment

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଦ୍ୱିତୀୟ ପର୍ଯ୍ୟାଟ ଟିକେଟ୍ ଘୋଷଣା ଲାଗି ବିଜେପିର କସରତ। ଆଜି ଆସିପାରେ ଦିଲ୍ଲୀ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ଗତକାଲି ଦିଲ୍ଲୀସ୍ଥିତ ଦଳର ମୁଖ୍ୟାଳୟରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ବସିଥିଲା। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ।

Advertisment

ସେହିଭଳି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଦିଲ୍ଲୀ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଏବଂ ସିଇସିର ସଦସ୍ୟମାନେ ଉପସ୍ଥିତ ଥିଲେ। ବୈଠକରେ ଦିଲ୍ଲୀ ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପର୍ଯ୍ୟାୟରେ ଘୋଷଣା କରିବାକୁ ଥିବା ଆଉ ୪୧ ଆସନ ପାଇଁ ପ୍ରାର୍ଥୀ ତାଲିକା ଉପରେ ଆଲୋଚନା ହୋଇଛି।

ପ୍ରଥମ ପର୍ଯ୍ୟାୟରେ ଦଳ ଦିଲ୍ଲୀ ବିଧାନସଭା ଆସନ ଲାଗି ୨୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ଯେଉଁଥିରେ ଦଳର ଅନୁଭବୀ ଓ ବରିଷ୍ଠ ନେତାମାନଙ୍କୁ ଅଗ୍ରାଧିକାର ଦେଇଥିଲା। ଦିଲ୍ଲୀକୁ ଏଥର ବିଜେପି ଦଖଲ ପାଇଁ ଜୋରସର ଉଦ୍ୟମ କରୁଥିବା ବେଳେ ଆପ୍‌କୁ କଡ଼ା ଟକ୍କର ଦେବା ଲାଗି ବିଜେପି ସବୁ ପ୍ରକାର ରଣନୀତି ଆପଣାଉଛି।

Advertisment

ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ। 

Delhi Assembly Election Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe