Advertisment

କାଲିଠାରୁ ସଂସଦର ବଜେଟ୍ ଅଧିବେଶନ

ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ।

author-image
Tapas Behera
ଅଦ୍ୟତନ ହୋଇଛି
Parliament

Parliament

ଆସନ୍ତା କାଲିଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ। ଏହା ଆସନ୍ତା ମାସ ଅର୍ଥାତ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।

Advertisment

ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂସଦର ଉଭୟ ଗୃହର ମିଳିତ ବୈଠକକୁ ସମ୍ବୋଧିତ କରି ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ଯ୍ୟ ଦିବସ ରହିଥିଲା।

ପ୍ରଥମ ଭାଗରେ ପର୍ଯ୍ୟାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଏବଂ କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପରେ ଆଲୋଚନା କରାଯାଇଥିଲା।

Advertisment
India