Advertisment

ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଧାରେ ରହିଗଲା; ଖାତକୁ ବସ୍‌ ଖସି ୧୦ ମୃତ

ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ପଞ୍ଜାବର ଅମୃତସରରୁ କଟରା ଅଭିମୁଖେ ଯାଉଥିବା ଏକ ବସ୍‌ ଖାତକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୧୬ ଜଣ ଆହତ ହୋଇଛନ୍ତି।

Accident

Accident

Advertisment

ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ପଞ୍ଜାବର ଅମୃତସରରୁ କଟରା ଅଭିମୁଖେ ଯାଉଥିବା ଏକ ବସ୍‌ ଖାତକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୧୬ ଜଣ ଆହତ ହୋଇଛନ୍ତି। ବସ୍‌ଟି ଶ୍ରଦ୍ଧାଳୁଙ୍କୁ ଧରି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି।

Advertisment

ବସ୍‌ଟି ଆଜି ସକାଳେ ଯାତ୍ରୀଙ୍କୁ ଧରି ପଞ୍ଜାବର ଅମୃତସରରୁ କଟରା ଅଭିମୁଖେ ଯାଉଥିଲା। ଉକ୍ତ ସମୟରେ ଡ୍ରାଇଭରଜଣକ ଭାରସାମ୍ୟ ହରାଇବାରୁ ବସ୍‌ଟି ଗଭୀର ଖାତକୁ ଖସି ପଡ଼ିଥିଲା। ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକଙ୍କ ସମେତ ପୁଲିସ୍‌ ପହଞ୍ଚି ରେସକ୍ୟୁ ଅପରେସନ ଆରମ୍ଭ କରିଥିଲେ। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୧୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।

୧୬ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲ ପଠାଯାଇଛି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି।

Advertisment

ପୁଲିସ୍‌ ଦୁର୍ଘଟଣାର କାରଣ ଖୋଜୁଛି। ମୃତକ ଓ ଆହତଙ୍କ ମଧ୍ୟରୁ ଅଧିକାଂଶ ଲୋକ ବାହାର ରାଜ୍ୟର ହୋଇଥିବା ସୂଚନା ମିଳିଛି।

Accident Jammu Kashmir Deadbody Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe