Advertisment

କାର୍‌କୁ ପିଟିଲା ଟ୍ରକ୍‌, ଚାଲିଗଲା ଛୁଆ ସମେତ ୪ ଜୀବନ

ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପତିପତ୍ନୀ ଓ ଛୋଟ ଛୁଆ ବି ଅଛି।

Accident

Accident

Advertisment

ରାଜସ୍ଥାନର କିଶନଗଡ଼-ଭିଲୱାଡା ଜାତୀୟ ରାଜପଥରେ ଗତକାଲି ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପତିପତ୍ନୀ ଓ ଛୋଟ ଛୁଆ ବି ଅଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି

Advertisment

ଏକ କାର୍‌ରେ ପତିପତ୍ନୀ ତାଙ୍କ ଛୋଟ ପୁଅ ଓ ସାଙ୍ଗ ଚିତ୍ତୋଡ଼ଗଡ଼ରୁ ଜୟପୁର ଫେରୁଥିଲେ। ଗାଡ଼ିଟି କିଶନଗଡ଼-ଭିଲୱାଡା ଜାତୀୟ ରାଜପଥରେ ଯାଉଥିବା ବେଳେ ସାମନା ପଟୁ ଆସୁଥିବା ଏକ ଟ୍ରକ୍‌ ପିଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିଲେ।

ଖବର ପାଇ ପୁଲିସ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲକୁ ପଠାଇଛି। ସେଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ଦିଆଯାଇଛି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisment
Accident Rajasthan
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe