Advertisment

ସିବିଆଇ ରୁଜୁ କଲା ମାମଲା, ଗିରଫ ହେବେ ସନ୍ଦୀପ ଘୋଷ!

ଅଗଷ୍ଟ ୯ରେ ଆର ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସେମିନାର ରୁମରୁ ଜଣେ ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମଳିଥିଲା। ଏହାକୁ ନେଇ ପୂରା ଦେଶରେ ହଟଚମଟ ଦେଖାଯାଇଥିଲା। ଘଟଣାର ଦୁଇ ଦିନ ପରେ ସନ୍ଦୀପ ଘୋଷ ପ୍ରିନ୍ସିପାଲ ପଦରୁ ଇସ୍ତଫା ଦେଇଥିଲେ।

sandip

sandip

Advertisment

ଆର ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ ଅଡ଼ୁଆ ବଢ଼ିଛି। ହସ୍ପିଟାଲର ସେମିନାର ରୁମରୁ ଟ୍ରେନି ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିବା ଦିନ ଠାରୁ ସନ୍ଦୀପ ବିବାଦରେ ରହିଛନ୍ତି। ସିବିଆଇ ତାଙ୍କୁ ମାରାଥନ ଜେରା କରିବାରେ ଲାଗିଛି।

Advertisment

ଏବେ ସିବିଆଇ ତାଙ୍କ ନାଁରେ ଆର୍ଥିକ ଅନିୟମିତତା ମାମଲା ରୁଜୁ କରିଛି। ତାଙ୍କ କାର୍ଯ୍ୟକାଳ ସମୟରେ ହସ୍ପିଟାଲରେ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଛି। ଏକଥା ଜଣାପଡ଼ିବା ପରେ ସିବିଆର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ତାଙ୍କ ନାଁରେ ଏତଲା ଦାଏର କରାଯାଇଛି। ଏତଲା କପି ସିଜେଏମ୍‌ କୋର୍ଟରେ ସିବିଆଇ ଦାଖଲ କରିଛି। କୋର୍ଟରେ ସିବିଆଇ ଏତଲା ଦାଖଲ କରିଥିବାରୁ ସନ୍ଦୀପ ଘୋଷଙ୍କ ଗିରଫ ସମ୍ଭାବନା ବଢ଼ିଛି।

ମେଡିକାଲ କଲେଜର ପୂର୍ବତନ ଡେପୁଟି ଅଧ୍ୟକ୍ଷ ଅଖତର ଅଲୀ ପ୍ରଥମେ ସନ୍ଦୀଙ୍କ ବିରୋଧରେ ଆର୍ଥିକ ଅନିୟମିତତାର ଅଭିଯୋଗ ଆଣିଥିଲେ। ଆର ଜି କର ମେଡିକାଲ କଲେଜରେ ସନ୍ଦୀପ ପ୍ରିନ୍ସିପାଲ ହେବା ଦିନ ଠାରୁ ନିଜର ମନମାନୀ କରିବା ସହ ଆର୍ଥିକ ହେରଫେର କରିଚାଲିଥିଲେ। ତେଣୁ ଏହାର ତଦନ୍ତ ଇଡି ଦ୍ୱାରା କରିବାକୁ ସେ ଦାବି କରିଥିଲେ। ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ଘଟଣା ସହ ସିବିଆଇ ସନ୍ଦୀପଙ୍କ ଆର୍ଥିକ ଦୁର୍ନୀତିର ମଧ୍ୟ ଖୋଳତାଡ଼ କରୁଥିଲା। ଏବେ ତାଙ୍କ ନାଁରେ ମାମଲା ହୋଇଛି।

Advertisment

ଅଗଷ୍ଟ ୯ରେ ଆର ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସେମିନାର ରୁମରୁ ଜଣେ ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମଳିଥିଲା। ଏହାକୁ ନେଇ ପୂରା ଦେଶରେ ହଟଚମଟ ଦେଖାଯାଇଥିଲା। ଘଟଣାର ଦୁଇ ଦିନ ପରେ ସନ୍ଦୀପ ଘୋଷ ପ୍ରିନ୍ସିପାଲ ପଦରୁ ଇସ୍ତଫା ଦେଇଥିଲେ।

କିନ୍ତୁ ପଶ୍ଚିମବଙ୍ଗ ସରକାର ତୁରନ୍ତ କଲିକତା ନ୍ୟାଶନାଲ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରିନ୍ସିପାଲ ଭାବେ ନିଯୁକ୍ତି ଦେଇଥିଲେ। ଏହାକୁ ଡାକ୍ତର ଶିକ୍ଷାର୍ଥୀମାନେ ବିରୋଧ କରିଥିଲେ। କଲିକତା ହାଇକୋର୍ଟ ମଧ୍ୟ ଏପରି ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଥିଲେ। ଏଥିଯୋଗୁ ସନ୍ଦୀପ ଘୋଷଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ ଦିଆଯାଇଥିଲା।

ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିବାରୁ କୋଲକାତା ପୁଲିସ୍‌ ଅଗଷ୍ଟ ୨୦ରେ ତାଙ୍କ ବିରୋଧରେ ମାମଲା କରିଥିଲା। ଏହାର ତଦନ୍ତ ପାଇଁ ମମତା ବାନାର୍ଜୀ ସରକାର ଏସଆଇଟି ଗଠନ କରିଥିଲେ।

ହେଲେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ଏହାର ତଦନ୍ତ ଦାୟିତ୍ୱ ନେଇଥିଲା। ଏସଆଇଟି ଆଜି ସମସ୍ତ ଆବଶ୍ୟକ ଦସ୍ତାବିଜ ସିବିଆଇକୁ ହସ୍ତାନ୍ତର କରିଛି। ସିବିଆଇ ଦସ୍ତାବିଜ ପାଇବା ପରେ ପୁଣିଥରେ ଗୋଟିଏ ଏଫଆଇଆର ରୁଜୁ କରିଛି।

Kolkata Doctor Rape And Murder Case RG Kar Medical College Ex-principal Sandip Ghosh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe