Advertisment

ଆନ୍ଧ୍ରରେ ନାଇଡୁ ସରକାର, ଶପଥ ନେଲେ ଚନ୍ଦ୍ରବାବୁ

ତାଙ୍କ ସହ ଜନସେନା ପାର୍ଟିର ମୁଖ୍ୟ ପବନ କଲ୍ୟାଣ ମଧ୍ୟ ନୂଆ ସରକାରରେ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ଅଦ୍ୟତନ ହୋଇଛି
Chandrababu Naidu

Chandrababu Naidu

Advertisment

ଆଜିଠୁ ଆନ୍ଧ୍ରପ୍ରଦେଶରେ ଆରମ୍ଭ ହୋଇଛି ନାଇଡୁ ସରକାର। ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ। ତାଙ୍କୁ ରାଜ୍ୟପାଳ ଏସ୍‌ ଅବ୍ଦୁଲ ନଜିର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ସାମିଲ ହୋଇଛନ୍ତି। ଶପଥ ନେବା ପରେ ତାଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଆଲିଙ୍ଗନ କରି ଶୁଭେଚ୍ଛା ଜଣାଇଛନ୍ତି। 

Advertisment

ଚନ୍ଦ୍ରବାବୁ ନାଇଡୁଙ୍କ ସହ ଜନସେନା ପାର୍ଟିର ମୁଖ୍ୟ ପବନକଲ୍ୟାଣ ମଧ୍ୟ ନୂଆ ସରକାରରେ ଶପଥ ନେଇଛନ୍ତି। ସେ ଆନ୍ଧ୍ରପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେହିଭଳି ଟିଡିପିର ନାରା ଲୋକେଶ ମଧ୍ୟ ଶପଥଗ୍ରହଣ ନେଇଛନ୍ତି।

ନାଇଡୁ ସରକାରରେ ଟିଡିପିର ୨୧ ଜଣ ମନ୍ତ୍ରୀ, ଜନସେନାର ଦୁଇଜଣ ଏବଂ ଭାଜପାର ଜଣେ ମନ୍ତ୍ରୀ ହେଉଛନ୍ତି। ଏହାପୂର୍ବରୁ ମଙ୍ଗଳବାର ଟିଡିପି ଏବଂ ଏନଡିଏ ଚନ୍ଦ୍ରବାବୁ ନାଇଡୁଙ୍କୁ ସେମାନଙ୍କର ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ।

Advertisment

ଚଳିତ ନିର୍ବାଚନରେ ଆନ୍ଧ୍ରପ୍ରଦେଶରେ ଦମଦାର ପ୍ରଦର୍ଶନ କରିଥିଲା ଟିଡିପି। ବିଧାନସଭାରେ ୧୭୫ ଆସନରୁ ୧୩୫ ଆସନରେ ବିଜୟ ହାସଲ କରିଛି ଚନ୍ଦ୍ରବାବୁ ନାଇଡୁଙ୍କ ଦଳ। ସେହିଭଳି ଲୋକସଭାରେ ୧୬ଟି ଆସନ ଦଳ ହାତେଇଛି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଚନ୍ଦ୍ରବାବୁ ନାଇଡୁ ବଡ ଘୋଷଣା କରିଥିଲେ। ଅମରାବତୀ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ ହେବ ବୋଲି ସ୍ପଷ୍ଟ କରିଥିଲେ ଚନ୍ଦ୍ରବାବୁ ନାଇଡୁ।

Andhra Pradesh Chandrababu Naidu Chandrababu Naidu Takes Oath
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe