Advertisment

ନିଟ୍ ୟୁଜି ପେପର ଲିକ୍ ମାମଲା; ଦାଖଲ ହେଲା ପ୍ରଥମ ଚାର୍ଜସିଟ୍

ନିଟ୍ ୟୁଜି ପେପର ଲିକ୍ ମାମଲାରେ ପ୍ରଥମ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ଚାର୍ଜସିଟରେ ୧୩ ଅଭିଯୁକ୍ତଙ୍କ ନାଁ ଉଲ୍ଲେଖ କରିଛି ସିବିଆଇ।

NIIT

NIIT

Advertisment

ନିଟ୍ ୟୁଜି ପେପର ଲିକ୍ ମାମଲାରେ ପ୍ରଥମ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ଚାର୍ଜସିଟରେ ୧୩ ଅଭିଯୁକ୍ତଙ୍କ ନାଁ ଉଲ୍ଲେଖ କରିଛି ସିବିଆଇ। ଏହି ଅଭିଯୁକ୍ତମାନେ ପେପର ଲିକ୍ ସହ ଅନ୍ୟ ଅନିୟମିତତାରେ ସାମିଲ ଥିବା ଚାର୍ଜସିଟରେ ଦର୍ଶା ଯାଇଛି।

Advertisment

ଅତ୍ୟାଧୁନିକ ଫୋରେନସିକ୍ ଟେକନିକ୍, ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସ, ସିସିଟିଭି ଫୁଟେଜ ଏବଂ ଟାୱାର ଲୋକେସନ୍ ଆନାଲିସିସର ବ୍ୟବହାର କରି ଅଭିଯୁକ୍ତଙ୍କ ବିରୋଧରେ ତଥ୍ୟ ଓ ପ୍ରମାଣ ଯୋଗାଡ କରାଯାଇଥିବା ସିବିଆଇ କହିଛି। ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ୪୦ ଜଣ ଗିରଫ ହୋଇଛନ୍ତି।

ଏମାନଙ୍କ ମଧ୍ୟରୁ ବିହାର ପୁଲିସ ଦ୍ୱାରା ୧୫ ଜଣ ଗିରଫ ହୋଇଛନ୍ତି। ମାମଲାର ତଦନ୍ତ ବେଳେ ସିବିଆଇ ୫୮ଟି ସ୍ଥାନରେ ଯାଞ୍ଚ କରିଥିବା ବେଳେ ୬ଟି ଏଫଆଇଆର ରୁଜୁ କରିଛି। 

Advertisment

ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ତଦନ୍ତ ଏବେ ସିବିଆଇ କରୁଛି। ସିବିଆଇ ତଦନ୍ତ ଦାୟିତ୍ୱ ପାଇବା ପରେ ଏଫଆଇଆର ରୁଜୁ କରିଥିଲା।

ବିହାର ପେପର ଲିକ୍‌ର ମୂଳକେନ୍ଦ୍ର ହୋଇଥିବା ବେଳେ ଗୁଜରାଟ, ରାଜସ୍ଥାନ ଓ ମହାରାଷ୍ଟ୍ରରେ ମଧ୍ୟ ଏହାର ଲିଙ୍କ ରହିଛି। ଏଠାରେ ମଧ୍ୟ ପରୀକ୍ଷା ବେଳେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।

ମେ ୫ରେ ଦେଶର ୪,୭୫୦ କେନ୍ଦ୍ରରେ NEET-UG ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରାୟ ୨୪ ଲକ୍ଷ ପିଲା ଭାଗ ନେଇଥିଲେ। ଜୁନ୍ ୧୪ରେ ରେଜଲ୍ଟ ଘୋଷଣା ହେବା ନେଇ ଆଶା କରାଯାଉଥିଲା, କିନ୍ତୁ ମୂଲ୍ୟାୟନ ଶେଷ ହୋଇଯିବାରୁ ଜୁନ୍ ୪ରେ ଫଳାଫଳ ପ୍ରକାଶ ପାଇଥିଲା।

ନିଟ୍‌ ୟୁଜି ପରୀକ୍ଷାରେ ୬୭ ଜଣ ପିଲା ୭୨୦ ମାର୍କ ରଖି ଟପ୍‌ କରିବା ପରେ ପ୍ରଶ୍ନପତ୍ର ଲିକ ଅଭିଯୋଗ ହୋଇଥିଲା। ଏହାକୁ ନେଇ ସାରା ଦେଶରେ ବିକ୍ଷୋଭ ହେଉଥିବା ବେଳେ ଘଟଣାର ତଦନ୍ତ ପାଇଁ ସିବିଆଇ ସ୍ୱତନ୍ତ୍ର ଟିମ ଗଠନ କରିଥିଲା। 

ସୂଚନାଯୋଗ୍ୟ, ମେଡିକାଲ କଲେଜରେ ନାମଲେଖା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ନିଟ୍ ଆୟୋଜନ କରିଥାଏ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ହଇଚଇ ସୃଷ୍ଟି ହୋଇଥିଲା। ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଥିଲା। ବିରୋଧୀଦଳମାନେ ଏପର୍ଯ୍ୟନ୍ତ ଏ ମାମଲାରେ ସଂସଦରେ ସରକାରଙ୍କୁ ଟାର୍ଗେଟ କରୁଛନ୍ତି । ଏହାସହ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏହାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରାଯାଇଥିଲା।

CBI NEET
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe