Representative Image
ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଉଁଛି ବାତ୍ୟା ‘ମିଗଜୋମ’। ଭୀଷଣ ବାତ୍ୟାର ରୂପ ନେଇ ଆନ୍ଧ୍ରପ୍ରଦେଶର ସ୍ଥଳଭାଗରେ ତାଣ୍ଡବ ରଚୁଛି ବାତ୍ୟା। ଖବର ଲେଖା ହେବା ସୁଦ୍ଧା, ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଥିଲା।
ଲ୍ୟାଣ୍ଡଫଲ୍ ସ୍ଥଳରେ ପବନ ବେଗ ୯୦ରୁ ୧୧୦ କିମି ରହିଛି। ଆଜି ମଧ୍ୟରାତ୍ର ବେଳକୁ ବାତ୍ୟା ଦୁର୍ବଳ ହୋଇଯିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟର ତିରୁପତି, ନେଲୋର, ପ୍ରକାଶମ, ବାପତଲା, କୃଷ୍ଣ, ପଶ୍ଚିମ ଗୋଦାବରୀ, କୋନାସିମା ଏବଂ କାକିନାଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି।
ଏଥିସହ ପଡୋଶୀ ରାଜ୍ୟ ଓଡିଶାର କେତେକ ଜିଲ୍ଲାରେ ମଧ୍ୟ ବର୍ଷା ଲାଗି ରହିଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନ ଯିବାକୁ ବାରଣ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1701763954.jpg)