/odisha-reporter/media/post_attachments/uploadimage/library/16_9/16_9_0/IMAGE_1716696835.jpg)
cyclone Remal
ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ'। ଅଧିକ ଘନୀଭୂତ ହୋଇ ଏହା ଭୀଷଣ ବାତ୍ୟାରରେ ପରିଣତ ହୋଇଛି। ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ ଏବଂ ଝଟକା ପବନ ୧୩୫ କିଲୋମିଟର ରହିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ସମୟରେ ସମୁଦ୍ରରେ ୧.୫ ମିଟର ଉଚ୍ଚରେ ଜୁଆର ହେବାର ସମ୍ଭାବନା ରହିଛି।
ଆଜି ମଧ୍ୟରାତ୍ରରେ ବାତ୍ୟା ରେମାଲ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳକୁ ସାଗର ଦ୍ୱୀପ ଏବଂ ଖେପୁପରା ମଧ୍ୟରେ, ମଙ୍ଗଲାର ଦକ୍ଷିଣପଶ୍ଚିମରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ଜାରି ରହିଛି।
ବାତ୍ୟା ନେଇ ପଶ୍ଚିମବଙ୍ଗରେ ରେଡ୍ ଆଲର୍ଟ ଜାରି କରାଯାଇଛି। ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲାକୁ ପ୍ରଶାସନ ସତର୍କ କରିଛି। ସାମୟିକ ଭାବେ ବିମାନ ଓ ରେଳ ଚଳାଚଳ ବନ୍ଦ ରଖାଯାଇଛି। ଦୀଘା ସମୁଦ୍ରକୂଳରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଉଦ୍ଧାରକାର୍ଯ୍ୟ ପାଇଁ ୧୨ଟି ଏନଡିଆରଏଫ ଟିମ୍ ମୁତୟନ ଅଛନ୍ତି।
#WATCH | West Bengal: As per IMD, cyclone 'Remal' to intensify into a severe cyclonic storm in the next 6 hours and cross between Bangladesh and adjoining WB coasts around 26 midnight as Severe Cyclonic Storm
(Visuals from Mandarmani Beach) pic.twitter.com/4RX8Z0TDMI
— ANI (@ANI) May 26, 2024
ସେପଟେ ବାତ୍ୟା ପ୍ରଭାବରେ କେରଳରେ ଲଗାତାର ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜୀବନ ପ୍ରଭାବିତ ହୋଇଛି। ଅନେକ ଘର ଭାଙ୍ଗିଯାଇଛି, ରାସ୍ତାଘାଟ ଜଳମଗ୍ନ ହୋଇଛି। ବେଙ୍ଗାଲୁରୁ ସରକାର ନିୟନ୍ତ୍ରଣ କକ୍ଷ ଗଠନ କରି ଘୂର୍ଣ୍ଣିବଳୟର ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ତ୍ରିପୁରାର ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ପବନ ଏବଂ ଝଡ ହେବା ନେଇ ସମ୍ଭାବନା ରହିଛି।
ଏପଟେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ। ଏହା ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
