ବି-ଟେକ୍ରେ ଫେଲ୍ ହେବାରୁ ଜୀବନ ହାରିଲେ ଛାତ୍ରୀ। ମୃତା ଛାତ୍ରୀଙ୍କ ବାପା ମୁମ୍ବାଇର ଆସିଷ୍ଟାଣ୍ଟ GST କମିଶନର ଥିବା ଜଣାଯାଇଛି। ଏପରି ଏକ ହୃଦୟ ବିଦାରକ ଘଟଣା ଗୁଜରାଟର ସୁରଟରେ ଘଟିଛି। ମୃତା ଛାତ୍ରଜଣକ ବି. ମନୁଶ୍ରୀ ବୋଲି ଜଣାଯାଇଛି।
ମନୁଶ୍ରୀଙ୍କ ପିତା କେ ଭେଙ୍କଟେଶନ ମୁମ୍ବାଇରେ ଆସିଷ୍ଟାଣ୍ଟ GST କମିଶନର ଥିବା ବେଳେ ତାଙ୍କ ପରିବାର କିନ୍ତୁ ସୁରଟରେ ବସବାସ କରେ। ପରିବାର ମଧ୍ୟରେ କେ ଭେଙ୍କଟେଶନଙ୍କ ପତ୍ନୀ ଓ ଦୁଇ ଯାଆଁଳା ଝିଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ମନୁଶ୍ରୀ ସୁରଟର ଏକ କଲେଜରେ ବିଟେକ୍ ତୃତୀୟ ବର୍ଷର ଛାତ୍ରୀ ଥିଲେ। ମାତ୍ର ପରୀକ୍ଷାରେ ଫେଲ୍ ହୋଇଥିବାରୁ ସେ ଭାଙ୍ଗି ପଡ଼ିଥିଲେ।
Also Read
ଏହାପରେ ସେ ଜୀବନ ହାରିବାକୁ ନିଷ୍ପତ୍ତି ନେଇ ଏକ ପ୍ଲାଷ୍ଟିକ ବ୍ୟାଗ୍ ମୁହଁରେ ବାନ୍ଧି ଦେଇଥିଲେ। ପରିବାର ଲୋକେ ତାଙ୍କୁ ଅଚେତ ଅବସ୍ଥାରେ ଊଦ୍ଧାର କରି ତୁରନ୍ତ ନିକଟସ୍ଥ ମେଡିକାଲ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଖବର ପାଇ ପୁଲିସ୍ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୁଲିସ୍ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।