Rajnath singh
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ସେ ଏବେ ଘରେ କ୍ୱାରେଣ୍ଟାଇନରେ ଅଛନ୍ତି। ତାଙ୍କ ଠାରେ ଅଳ୍ପ ଲକ୍ଷଣ ରହିଛି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି। ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି।
ତାଙ୍କ ଅଫିସ୍ ପକ୍ଷରୁ କୁହାଯାଇଛି ଯେ ସେ ଆଜି ନୂଆଦିଲ୍ଲୀରେ ଆୟୋଜିତ ଭାରତୀୟ ବାୟୁ ସେନାର କମାଣ୍ଡର ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ କରୋନା ପଜିଟିଭ ଥିବାରୁ ସେ ନିଜକୁ ଏଥିରୁ ଦୂରେଇ ରଖିଛନ୍ତି।
ଏହା ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
ସୂଚନାଯୋଗ୍ୟ, ଦେଶରେ ଗତ ୨୪ ଘଣ୍ଟାରେ ୧୨,୫୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୮ ମାସରେ ଏହା ସର୍ବାଧିକ। ଏହା ସହିତ ଦେଶରେ ଏବେ ଚିକିତ୍ସାଧୀନ ଥିବା କରୋନା ରୋଗୀଙ୍କ ସଂଖ୍ୟା ୬୫, ୨୫୬କୁ ବୃଦ୍ଧି ପାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1681981429.jpg)