Advertisment

ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍‌ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ

ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।

Attack on ED Team

Attack on ED Team

Advertisment

ଯାଞ୍ଚ ପାଇଁ ଯାଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତଥା ଇଡି ଟିମ୍‌ ଉପରେ ଆକ୍ରମଣ। ରାଜଧାନୀ ଦିଲ୍ଲୀରେ ଘଟିଛି ଏଭଳି କିଛି ଘଟଣା। ଅଭିଯୁକ୍ତ ଓ ତାଙ୍କ ପରିବାର ଲୋକେ ଇଡି ଟିମ୍‌ ଉପରେ ଆକ୍ରମଣ କରିଛନ୍ତି। ଏଥିରେ ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ ହୋଇଛନ୍ତି।

Advertisment

ସୂଚନା ମୁତାବକ, ଦିଲ୍ଲୀର ବିଜୱାସାନ ଅଞ୍ଚଳରେ ଏହି ଘଟଣା ଘଟିଛି। ବାସ୍ତବରେ ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା। ଏତିକି ବେଳେ ଅଭିଯୁକ୍ତ ଅଶୋକ ଶର୍ମା ଏବଂ ତାଙ୍କ ପରିବାର ସଦସ୍ୟମାନେ ମିଶି ଇଡି ଟିମ୍‌ ଉପରେ ଆକ୍ରମଣ କରିଥିଲେ।

ଏହି ଆକ୍ରମଣରେ ଇଡିର ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣ ପରେ ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଛନ୍ତି। ସେପଟେ ସ୍ଥାନୀୟ ପୁଲିସ ଷ୍ଟେସନରେ ଏନେଇ ଏକ ମାମଲା ରୁଜୁ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କ ଧରିବା ପାଇଁ ତଲାସି ଜାରି ରଖିଛି।

Advertisment
Delhi Cyber Crime Attack On ED Team
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe