Advertisment

ଆପ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଝଟକା: ଜାମିନ ଆବେଦନ ଖାରଜ

ଦିଲ୍ଲୀ ହାଇକୋର୍ଟ ଆଜି ସତ୍ୟେନ୍ଦ୍ର ଜୈନ୍‌ଙ୍କ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି।

Satyendar Jain

Satyendar Jain

Advertisment

ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଆପ୍ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଝଟ୍‌କା। ଦିଲ୍ଲୀ ହାଇକୋର୍ଟ ଆଜି ସତ୍ୟେନ୍ଦ୍ର ଜୈନ୍‌ଙ୍କ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି। ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରିପାରନ୍ତି କହି ଆଜି ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି। ଫଳରେ ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ନିରାଶ ହେବାକରୁ ପଡ଼ିଛି।

Advertisment

ମନି ଲଣ୍ଡରିଙ୍ଗ୍‌ ମାମଲାରେ ୨୦୨୨ ମେ’ରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ ଦ୍ୱାରା ସତ୍ୟେନ୍ଦ୍ର ଗିରଫ ହୋଇଥିଲେ। ନଭେମ୍ବର ମାସରେ ବି ସେ ଜାମିନ ପାଇଁ ଆବେଦନ କରିଥିଲେ, କିନ୍ତୁ ଟ୍ରାଏଲ୍‌ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ। ସତ୍ୟେନ୍ଦ୍ରଙ୍କ ସହିତ ଏହି ମାମଲାରେ ଆଉ ଦୁଇଜଣଙ୍କ ଅଭିଯୁକ୍ତ ବୈଭବ ଜୈନ ଓ ଅଙ୍କୁଶ ଜୈନ୍‌ଙ୍କ ଜାମିନ ଆବେଦନ ମଧ୍ୟ ଅଦାଲତ ଖାରଜ କରି ଦେଇଛନ୍ତି। ଅର୍ଥ ହେରଫେର ମାମଲାରେ ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଥିଲା।

ଆମ୍ ଆଦମୀ ପାର୍ଟି (ଆପ୍) ନେତା ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ଇଡି କରିଥିବା ଅନୁସନ୍ଧାନରୁ ଜଣାପଡିଛି ଯେ ୨୦୧୫-୧୬ ମସିହାରେ ଯେତେବେଳେ ଜୈନ ଜଣେ ସରକାରୀ କର୍ମଚାରୀ ଥିଲେ, ସେତେବେଳେ ତାଙ୍କ ମାଲିକାନାରେ ଥିବା ତଥା ତାଙ୍କ ଦ୍ୱାରା ନିୟନ୍ତ୍ରିତ କମ୍ପାନି ହାୱାଲା ନେଟୱାର୍କ ମାଧ୍ୟମରେ ସେଇ କମ୍ପାନୀରୁ ୪.୮୧ କୋଟି ଟଙ୍କା ନେଇଥିଲା। ୨୦୧୭ରେ ଆୟରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗରେ ତାଙ୍କ ବିରୋଧରେ ସିବିଆଇ ଏତଲା ରୁଜୁ କରିଥିଲା। ପରେ ତଦନ୍ତ କରି ଇଡି ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରିଛି। ତେବେ ଆମ୍‌ ଆଦ୍‌ମୀ ପାର୍ଟି ଏଭଳି ଗିରଫଦାରୀକୁ ଭୟ କରେନାହିଁ ବୋଲି କେଜ୍ରିୱାଲ କହିଥିଲେ।

Advertisment
India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe