Advertisment

୨୪ ଘଣ୍ଟା ଭିତରେ କେଜ୍ରିଓ୍ୱାଲଙ୍କୁ ପୁଣି ଝଟ୍‌କା

କେଜ୍ରିୱାଲ ସପ୍ତାହରେ ୫ଥର ନିଜ ଓକିଲଙ୍କୁ ଭେଟିବାକୁ ଅନୁରୋଧ କରି କରିଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।

author-image
Madhupriya Mistry
ଅଦ୍ୟତନ ହୋଇଛି
undefined

Arvind Kejriwal

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଥମିବାର ନାଁ ନେଉ ନାହିଁ ଅଡୁଆ। ୨୪ଘଣ୍ଟା ମଧ୍ୟରେ ତାଙ୍କୁ କୋର୍ଟ ପୁଣି ଏକ ଝଟକା ଦେଇଛନ୍ତି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ତାଙ୍କ ଗିରଫଦାରୀକୁ ବୈଧ ଦର୍ଶାଇଥିଲେ। ଅବକାରୀ ନୀତି ଦୁର୍ନୀତି ମାମଲାର ଗିରଫଦାରୀ ବିରୋଧରେ କେଜ୍ରିୱାଲ କରିଥିବା ଆବେଦନକୁ କୋର୍ଟ ଖାରଜ କରି ତାଙ୍କ ରିମାଣ୍ତକୁ ବେଆଇନ କୁହାଯାଇ ପାରିବ ନାହିଁ ବୋଲି ରୁଲିଂ ଦେଇଥିଲେ।

Advertisment

ଏହି ରାୟ ପରେ ଆଜି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ତାଙ୍କର ଦ୍ୱିତୀୟ ଆବେଦନକୁ ମଧ୍ୟ ଖାରଜ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ସପ୍ତାହରେ ୫ଥର ନିଜ ଓକିଲଙ୍କୁ ଭେଟିବାକୁ ଅନୁରୋଧ କରି ଏକ ଆବେଦନ କରିଥିଲେ। ହେଲେ ଏହାକୁ ଗ୍ରହଣ କରି ନହାନ୍ତି କୋର୍ଟ। ଅରବିନ୍ଦ କେଜ୍ରିୱାଲଙ୍କୁ ସପ୍ତାହରେ କେବଳ ଦୁଇଥର ତାଙ୍କ ଓକିଲଙ୍କୁ ଭେଟିବାକୁ ଅନୁମତି ମିଳିଛି।

ଅନ୍ୟପକ୍ଷରେ ହାଇକୋର୍ଟ ଜାମିନ୍ ଆବେଦନ ଖାରଜ କରିବା ପରେ ଏବେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ଆମ୍‌ ଆଦମୀ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ। ଗତକାଲି ହାଇକୋର୍ଟରେ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କୁହାଯାଇଥିଲା ଯେ, ଅବକାରୀ ନୀତି ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲ ତାଙ୍କର ଅନ୍ୟ ସହଯୋଗୀମାନଙ୍କ ସହ ମିଶି ଷଡଯନ୍ତ୍ର କରିଥିଲେ ଏବଂ ପୂରା ମାମଲାରେ ସେ ମୁଖ୍ୟ କିଙ୍ଗପିନ୍‌ ଥିଲେ। ଏହି ଅପରାଧରୁ ମିଳିଥିବା ଅର୍ଥକୁ ସେ ମଧ୍ୟ ବ୍ୟବହାର କରିଥିବା ନେଇ ଠୋସ୍‌ ପ୍ରମାଣ ମିଳିଥିବା ଇଡି କହିଥିଲା।

Advertisment

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଦୀର୍ଘ ଦିନର ପଚରାଉଚରା ପରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ରେ ଇଡି ଗିରଫ କରିଥିଲା। ଏହା ପରେ କୋର୍ଟ ତାଙ୍କୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଦୁଇଟି ପୃଥକ ହାଜର ହେବା ପାଇଁ ଇଡି ରିମାଣ୍ଡରେ ପଠାଇଥିଲେ। ଏପ୍ରିଲ ୧ରେ କୋର୍ଟ ତାଙ୍କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଥିଲେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ତିହାର ଜେଲରେ ଅଛନ୍ତି।

Arvind Kejriwal Delhi Liquor Policy Case