Advertisment

ଭୁଶୁଡ଼ିଲା ଦିଲ୍ଲୀ ଏୟାରପୋର୍ଟର ଟର୍ମିନାଲ-୧ର ଛାତ; ଜଣେ ମୃତ, ୬ ଗୁରୁତର

ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତଟି ଭୁଶୁଡ଼ି ପଡ଼ିଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
Delhi Airport

Delhi Airport

ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ। ଅଘଟଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଏଥିସହ ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଚାପି ହୋଇରହିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।  

Advertisment

ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତଟି ଭୁଶୁଡ଼ି ପଡ଼ିଥିଲା। ଼ଛାତ ଭଗ୍ନାଂବଶେଷ  ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ ପଡ଼ିଥିଲା।  ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା।ସେହି ସମୟରେ କାର୍‌ରେ ଲୋକ ମଧ୍ୟ ଥିଲେ। ଅଗ୍ନିଶମ ବିହାନୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଲୋକମାନଙ୍କୁ କାର୍‌ ଭିତରୁ ଉଦ୍ଧାର କରିଥିଲେ। ଉଦ୍ଧାର କାର୍ଯ୍ୟରେ ୩ଟି ଦମ କଳବାହିନୀ ନିୟୋଜିତ ହୋଇଛନ୍ତି। ଅଘଟଣ ପରେ ଅନ୍ୟପକ୍ଷରେ ଟର୍ମିନାଲ-୧କୁ ସାମୟିକ ପାଇଁବନ୍ଦ ରଖିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ। ଏଥିସହ ଯାତ୍ରୀଙ୍କ ସୁରକ୍ଷା ଲାଗି ଚେକ୍ ଇନ୍ କାଉଣ୍ଟରକୁ ମଧ୍ୟ ବନ୍ଦ ରଖାଯାଇଛି ।

ଅଘଟଣ ପରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ୱିଟ୍ କରି କହିଛନ୍ତି, ମୁଁ ନିଜେ ଏହି ଘଟଣାର ମନିଟରିଂ କରୁଛି। ଭଶୁଡିବା ସାଇଟରେ କାମ ଚାଲିଛି। ଏଥିସହ ଯେଉଁ ବିମାନଯାତ୍ରୀମାନେ ଟର୍ମିନାଲ ୱାନରେ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହୋଇଛନ୍ତି, ସେମାନଙ୍କୁ
ସହଯୋଗ କରାଯାଇଛି। ଏଥିସହ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

ସୂଚନାଯୋଗ୍ୟ, ଗତକାଲି ରାତିରେ ଦିଲ୍ଲୀରେ ପ୍ରବଳ ବର୍ଷା ସହ ପବନ ହୋଇଥିଲା। ଲଗାଣ ବର୍ଷା ଯୋଗୁ ଦିଲ୍ଲୀରେ ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଯାଇଥିଲା। ଫଳରେ ଯାତାୟତ କରିବାରେ ଅସୁବିଧା ହୋଇଥିଲା।

Delhi Delhi AirPort