Advertisment

ଡାକ୍ତର ଆନ୍ଦୋଳନ: ଆଜି OPD ସେବା ବନ୍ଦ ଡାକରା

ଫେଡେରେସନ ଅଫ ଅଲ୍‌ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ସମସ୍ତ ମେଡିକାଲରେ OPD ସେବା ବନ୍ଦ ରଖିବାକୁ ଡାକରା ଦେଇଛି ଫେଡେରେସନ ।

Strike

Strike

Advertisment

କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ଆନ୍ଦୋଳନ। ଫେଡେରେସନ ଅଫ ଅଲ୍‌ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ସମସ୍ତ ମେଡିକାଲରେ OPD ସେବା ବନ୍ଦ ରଖିବାକୁ ଡାକରା ଦେଇଛି ଫେଡେରେସନ ।

Advertisment

ସେପଟେ କେନ୍ଦ୍ର  ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଛି ଲେଖିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ । ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି IMA । ଏହାସହ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି ।

କେଉଁ ସ୍ଥିତିରେ ଏଭଳି ଅପରାଧ ଘଟିଲା ତାହାର ଆମୂଳଚୂଳ ତଦନ୍ତ ସହ କାର୍ଯ୍ୟକ୍ଷେତ୍ରରେ ଡାକ୍ତରମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଇଣ୍ଡିଆନ ମେଡିକାଲ ଆସୋସିଏସନ ଦାବି କରିଛି ।

Advertisment

ଗତ ୯ ତାରିଖରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରୁଛନ୍ତି । ସବୁଠି ଆନ୍ଦୋଳନ ଜୋର୍ ଧରିବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି।

ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରି ଘଟଣାର ଖୋଳତାଡ ଚଳାଇଛି। ଅପରପକ୍ଷେ ଘଟଣାର ସିବିଆଇ ତଦନ୍ତ ଦାବି ଉଠୁଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ପୁଲିସ ତଦନ୍ତରେ ବିଫଳ ହେଲେ ମାମଲା ସିବିଆଇକୁ ଦିଆଯିବ।

Kolkata Doctor Rape And Murder Case Strike
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe