ବିଧାନସଭା ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ। ଆଜି ନିର୍ବାଚନ ଆୟୋଗ ଡିଜିପି ଅନୁରାଗ ଗୁପ୍ତାଙ୍କ ବଦଳି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ନିର୍ବାଚନ ଆୟୋଗ ତୁରନ୍ତ ଗୁପ୍ତାଙ୍କ ବଦଳି କରିବା ସହ ତାଙ୍କ ସ୍ଥାନରେ ଡିଜିପି ସ୍ତରର ଜଣେ ବରିଷ୍ଠ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁପ୍ତାଙ୍କ ବିରୁଦ୍ଧରେ ଏକାଧିକ ଅଭିଯୋଗ ଆସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
Also Read
ନିର୍ବାଚନ ଆୟଗଙ୍କ ପକ୍ଷରୁ କୁହାଯାଇଛି ଯେ, ଡିଜିପି ଅନୁରାଗ ଗୁପ୍ତାଙ୍କ ବିରୁଦ୍ଧରେ ଏକାଧିକ ଅଭିଯୋଗ ଆସିଥିଲା। ଏହି ଅଭିଯୋଗକୁ ଆଧାର କରି ଏବଂ ତାଙ୍କ ପୂର୍ବ କାର୍ଯ୍ୟପନ୍ଥାଙ୍କୁ ବିଚାର ବିମର୍ଶ କରାଯାଇ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ପ୍ରକାଶ ଥାଉକି, ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି। ନଭେମ୍ବର 13 ଏବଂ 20ରେ ଦୁରଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ନଭେମ୍ବର 23ରେ ଫଳାଫଳ ପ୍ରକାଶ ପାଇବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।