Advertisment

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ

ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହେଉଛି।

author-image
Madhupriya Mistry
Eknath Shinde Resign

Eknath Shinde Resign

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି।

Advertisment

ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଏହାପରେ ଆଜି ଏକନାଥ ସିନ୍ଦେ ମୁମ୍ବାଇର ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କ ପାଖକୁ ଭେଟି ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ଏକନାଥ ସିନ୍ଦେଙ୍କ ସହ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାବିସ୍ ମଧ୍ୟ ଉପସ୍ଥିତ ଥିଲେ।

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ​​ବିଜେପି, ଶିବସେନା ଏବଂ ଏନସିପିର ସହଯୋଗୀ ମହାୟୁତି ଦଳ ବିଜୟୀ ହୋଇଛି। ତେବେ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ତେବେ ରେସ୍‌ରେ ସବୁଠୁ ଆଗରେ ରହିଛନ୍ତି ଦେବେନ୍ଦ୍ର ଫଡନାବିସ୍‌। ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କରିବାକୁ ଦାବି ହେଉଛି।

Advertisment

କୁହାଯାଉଛି ଯେ, ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହେଉଛି। ଏଭଳି ପରିସ୍ଥିତିରେ ଏକନାଥ ସିନ୍ଦେ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହାପୂର୍ବରୁ, ମୁଖମନ୍ତ୍ରୀ ପଦବୀ ପାଇଁ ନାମ ସ୍ଥିର କରାଯିବା ଉଚିତ। ଶପଥ ଗ୍ରହଣ ସମାରୋହ କରାଯିବା ଉଚିତ୍, କିନ୍ତୁ ଏପର୍ଯ୍ୟନ୍ତ ସ୍ଥିତି ସ୍ପଷ୍ଟ ହୋଇନାହିଁ।

Maharashtra Chief Minister Eknath Shinde Resign