ବାଜିବ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଗୁଲ। ଆଜି ଘୋଷଣା ହେବ ତାରିଖ। ଭାରତୀୟ ନିର୍ବାଚନ କମିଶନର ଦିନ ୩ଟା ୩୦ରେ ସାମ୍ବାଦିକ ସମ୍ମିଳନୀରେ ତାରିଖ ଘୋଷଣା କରିବେ। ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନରେ ଏହି ପ୍ରେସ୍ କନ୍ଫରେନ୍ସ ହେବ। ଏନେଇ ଇସିଆଇ ଖୋଦ୍ ଏକ ଚିଠି ଜାରି କରି କହିଛନ୍ତି।
ସୂଚନା ଅନୁସାରେ ଏହି ଦୁଇ ରାଜ୍ୟରେ ଆସନ୍ତା ନଭେମ୍ବରର ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହା ସହିତ ଆଜି ଉତ୍ତରପ୍ରଦେଶର ୧୦ଟି ଓ ଉତ୍ତରାଖଣ୍ଡର ଗୋଟିଏ ଆସନରେ ଉପ-ନିର୍ବାଚନର ତାରିଖ ମଧ୍ୟ ଘୋଷଣା କରାଯାଇପାରେ। ଏଥିସହ କେରଳର ଓ୍ୱାଇନାଡ଼ ସମେତ ୩ଟି ଲୋକସଭା ଆସନରେ ମଧ୍ୟ ଉପ-ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ଇସିଆଇ।
ମହାରାଷ୍ଟ୍ରରେ ୨୮୮ଟି ବିଧାନସଭା ଆସନ ଥିବାବେଳେ ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି। ସୂଚନାନୁସାରେ, ମହାରାଷ୍ଟ୍ରରେ ନଭେମ୍ବର ୨୬ ଓ ଝାଡ଼ଖଣ୍ଡରେ ଜାନୁଆରୀ ୫ରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ। ପ୍ରତ୍ୟେକ ଥର ନିର୍ବାଚନ ଆୟୋଗ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାର ୪୫ ଦିନ ପୂର୍ବରୁ ନିର୍ବାଚନ ଆଚରଣ ବିଧି ଲାଗୁ କରନ୍ତି। ତଥାପି, ଯଦି ଆମେ ମହାରାଷ୍ଟ୍ର ସରକାରଙ୍କ କାର୍ଯ୍ୟକାଳକୁ ଦେଖିବା, ତେବେ ବର୍ତ୍ତମାନ କେବଳ ୪୦ ଦିନ ବାକି ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।